Advertisment

ଶିବରାଜଙ୍କ ବଡ଼ ଘୋଷଣା ! ମହିଳାଙ୍କ ପାଇଁ ରହିବ ୩୫% ସରକାରୀ ଚାକିରି

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା ବେଳେ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Madhyapradesh BJP

Madhyapradesh BJP

Advertisment

ବିଧାନସଭା ନିର୍ବାଚନ ଆଗରୁ ମଧ୍ୟପ୍ରଦେଶ ସରକାରଙ୍କ ବଡ ଘୋଷଣା । ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ମହିଳାଙ୍କ ପାଇଁ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା ବେଳେ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

କେବଳ ବନ ବିଭାଗକୁ ଛାଡ଼ିଦେଲେ ରାଜ୍ୟର ସମସ୍ତ ସରକାରୀ ବିଭାଗରେ ହେଉଥିବା ପ୍ରତ୍ୟକ୍ଷ ନିଯୁକ୍ତି କ୍ଷେତ୍ରରେ ଏହି ନିୟମ ଲାଗୁ ହେବ ବୋଲି ସ୍ପଷ୍ଟ ସୂଚନା ମିଳିଛି। ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦେବାକୁ ବିଲ୍ ପାରିତ ହୋଇ ସାରିଥିବା ବେଳେ ଏହି କ୍ଷେତ୍ରରେ ମଧ୍ୟପ୍ରଦେଶ ସରକାର ଏହି ବଡ ପଦକ୍ଷେପ  ନେଇଛନ୍ତି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱରେ କ୍ଷମତାରେ ଥିବା ବିଜେପି ସରକାର ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା’ ଏବଂ ‘ଲାଡଲି ବେହନା ଯୋଜନା’ ମହିଲାଙ୍କ ପାଇଁ କାର୍ଯ୍ୟକାରୀ କରିଛନ୍ତି।

Advertisment
Madhya Pradesh
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ