• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ନକ୍ସଲ ମୁକାବିଲା ପାଇଁ କେନ୍ଦ୍ରକୁ ହେଲିକପଟର ମାଗିଲା ଓଡ଼ିଶା । ନକ୍ସଲ ଦମନ ପାଇଁ ହେଲିକପଟରର ଆବଶ୍ୟକତା ଥିବା କେନ୍ଦ୍ରରେ ଦାବି ରଖିଛି ଓଡିଶା । ଏହା ସହିତ ମାଓ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣରେ ମୋବାଇଲ ଟାୱାର ସ୍ଥାପନ କରିବାକୁ ମଧ୍ୟ ଦାବି ରଖାଯାଇଛି । ଦିଲ୍ଲୀରେ ହୋଇଥିବା ବୈଠକରେ ଓଡ଼ିଶା ପକ୍ଷରୁ ଯୋଗ ଦେଇଥିଲେ ମନ୍ତ୍ରୀ ବିକ୍ରମ ଆରୁଖ, ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା । ଓଡ଼ିଶା ସମେତ ନକ୍ସଲ ପ୍ରଭାବିତ ୧୦ ରାଜ୍ୟର ପ୍ରତିନିଧି ଏହି ବୈଠକରେ ଯୋଗ ଦେଇଥିଲେ । ପୂର୍ବରୁ ରାଜ୍ୟର ୨୧ ଜିଲ୍ଲାରେ ନକ୍ସଲଙ୍କ ପ୍ରଭାବ ଥିବା ବେଳେ ଏବେ ଏହା ୧୦ ଜିଲ୍ଲାରେ ସୀମିତ ରହିଛି ବୋଲି କହିଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

ଓଡିଶା ସମେତ ବିହାର, ମହାରାଷ୍ଟ୍ର, ତେଲେଙ୍ଗାନା, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ଛତିଶଗଡ, ପଶ୍ଚିମବଙ୍ଗ ଓ କେରଳର ମୁଖ୍ୟମନ୍ତ୍ରୀ ଓ ପ୍ରମୁଖ ସଚିବ ସାମିଲ ହୋଇଥିଲେ । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ, ଗୁଇନ୍ଦା ଡିଜି, NIA ଡିଜି, BSF, CRPF ଏବଂ NSG ମୁଖ୍ୟ ଏଥିରେ ସାମିଲ ହୋଇଛନ୍ତି ।