• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଶ୍ରୀମନ୍ଦିରରେ ଆନନ୍ଦ ବଜାର ଶୃଙ୍ଖଳା ନେଇ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ସ୍ଵତନ୍ତ୍ର ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଗୁରୁତତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ତେବେ ଏହି ବୈଠକରେ ଭକ୍ତଙ୍କ ପାଇଁ ମହାପ୍ରସାଦ ଦର ତାଲିକା ଚୂଡ଼ାନ୍ତ ହୋଇନାହିଁ ।

ସେହିପରି ଭକ୍ତଙ୍କୁ ମାଗଣା ମହାପ୍ରସାଦ ବଣ୍ଟନ ନେଇ ମଧ୍ୟ କୌଣସି ନିଷ୍ପତ୍ତି ହୋଇନାହିଁ । ଆନନ୍ଦ ବଜାରରେ ଅଣ ସୁଆରଙ୍କୁ ଚିହ୍ନଟ କରି ବାହାର କରିଦିଆ ଯାଇଛି । କେବଳ ସୁଆର ମହାସୁଆରଙ୍କୁ ସହାୟତା କରିବା ପାଇଁ ୨ ଜଣ ସହାୟକ ନିୟୋଜିତ ରହିବେ । ଭକ୍ତଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ, ଆନନ୍ଦ ବଜାରରେ ହେଲ୍ପ ଡେସ୍କ ଗଠନ, ଆନନ୍ଦ ବଜାରରେ ସଫେଇ ଓ ସ୍ୱଚ୍ଛତା ପ୍ରତି ଗୁରୁତ୍ଵ ଦେବା, ଜରି କାଢି ସେଡ୍‌ର ବ୍ୟବସ୍ଥା ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି ।

ଭଲ ଘିଅ ଅର୍ଥାତ୍ ଓମଫେଡ୍ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ଆଜି ବୈଠକରେ ଆଲୋଚନା ହୋଇଛି । ଆନନ୍ଦ ବଜାରରେ ଥିବା ଦୁଇଟି ଖଜା ଦୋକାନ ଭାଙ୍ଗି ରାସ୍ତା ବ୍ୟବସ୍ଥା ହେବ । ଗଠିତ ହୋଇଥିବା କୋର୍ କମିଟି ନିଷ୍ପତ୍ତି ନେବା ପରେ ମୁଖ୍ୟ ପ୍ରଶାସକ ଏହାକୁ ଅନୁମୋଦନ କରିବେ । ସେହି ଆଧାରରେ ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଅଣାଯାଇପାରିବ ବୋଲି ସୁଆର ମହାସୁଆର ନିଯୋଗର ସଭାପତି ଓ ସମ୍ପାଦକ କହିଛନ୍ତି ।

ବିଶେଷ କରି ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଅଣସୁପକାର ଓ ଅଣସେବାୟତଙ୍କ ଆନନ୍ଦବଜାର ପ୍ରବେଶ ଉପରେ ରୋକ ଲଗାଯାଇଛି ।