• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ । ୨୧ତମ ସ୍ଥାନ ଭାବେ ଭୁବନଶ୍ୱରରୁ ଗୌହାଟିକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ୱର-ଗୌହାଟି ମଧ୍ୟରେ ବିମାନ ଚଳାଚଳ କରାଇବ ଇଣ୍ଡିଗୋ ଏୟାରଲାଇନ୍ସ । ଭୁବନେଶ୍ୱରରୁ ଗୌହାଟି ମାତ୍ର ଦେଢ଼ ଘଣ୍ଟା ଲାଗିବ । ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ ଭୁବନଶ୍ୱରରୁ ଛାଡ଼ିବ ଓ ୨ଟା ୫୫ରେ ଗୌହାଟିରେ ପହଞ୍ଚିବ ।

ସେହିପରି ଏହା ଗୌହାଟିରୁ ୩ଟା ୫୦ରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ । ଆଗାମୀ ଦିନରେ ଭୁବନେଶ୍ୱରର ବିମାନ ବନ୍ଦରରୁ ଜମ୍ମୁ, ଚଣ୍ଡିଗଡ ଓ ସୁରଟକୁ ବିମାନ ଚଳାଚଳ ପାଇଁ ଯୋଜନା ରହିଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ।