Advertisment

ମୋଦିଙ୍କୁ ଭେଟିବାକୁ ଯିବେ ପିହୁର ମାଆ, ଝିଅ ନିଖୋଜର ଦୁଃଖ ଜଣାଇବେ

'ମୋଦିଙ୍କୁ ଭେଟିବାକୁ ଯିବା ବେଳେ ପୋଲିସ ନ ଅଟକାଉ' । ଜିଲ୍ଲା ପ୍ରଶାସନକୁ ଦାବି ପତ୍ର ଦେଲେ ପିହୁର ମାଆ ।

ଅଦ୍ୟତନ ହୋଇଛି
Pihu mother to meet PM Modi

Pihu

Advertisment

ଝିଅ ନିଖୋଜ ହେବାର ୪ବର୍ଷ ପରେ ବି କୌଣସି ପତ୍ତା ମିଳି ନଥିବାରୁ, ଏ ସଂପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜଣାଇବେ ବୋଲି କହିଛନ୍ତି ପିହୁର ମାଆ। ମୋଦିଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଅନୁରୋଧ କରିବେ ବୋଲି ସେ କହିଛନ୍ତି। ମୋଦି ଆଜି ଯାଜପୁର ଗସ୍ତରେ ଆସିଲେ, ସେ ତାଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ଏଥିସହ ତାଙ୍କୁ ନ ଅଟକାଇବାକୁ ପୋଲିସକୁ ଅନୁରୋଧ କରିଛନ୍ତି।

Advertisment

ସୂଚନାଯୋଗ୍ୟ ଯେ, ୪ ବର୍ଷ ତଳେ ଯାଜପୁର ମଧୁସୂଦନପୁର ଗାଁର ମୋନାଲିସା ନାୟକଙ୍କ ଝିଅ ପିହୁ ନିଖୋଜ ହୋଇଯାଇଥିଲା। ସାରା ରାଜ୍ୟରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଥିଲା। ହେଲେ ଏଯାଏ ପିହୁର କୌଣସି ଖୋଜ ଖବର ପାଇନି ପୋଲିସ।

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

Advertisment

ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏସବୁ ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Advertisment
Pihu Missing Case PM Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ