Advertisment

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ କଲେ ସ୍ୱାଗତ

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Draupadi Murmu Odisha Visit

President Draupadi Murmu

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ପହଞ୍ଚି ତାଙ୍କୁ ସ୍ୱାଗତ କରିଛନ୍ତି । ବାୟୁସେନାର ସ୍ୱତନ୍ତ ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଓହ୍ଲାଇଛନ୍ତି । ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।

Advertisment

ଅଧିକ ପଢ଼ନ୍ତୁ: ଦ୍ରୌପଦୀ ମୁର୍ମୁ: ଶିକ୍ଷୟିତ୍ରୀରୁ କେମିତି ହେଲେ ରାଷ୍ଟ୍ରପତି ?

ଅପରାହ୍ନ ୧ଟା ୫ ମିନିଟରେ ରାଷ୍ଟ୍ରପତି, ରାଜଭବନରେ ଭୋଜନ କରିବେ । ଏହାସହ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ କଟକର ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ସେଣ୍ଟର ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆ କଂଗ୍ରେସରେ ଯୋଗ ଦେବା ପାଇଁ ହେଲିକପ୍ଟରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗସ୍ତ କରିବେ । ସେଠାରୁ ସିଧା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି ।

ଏହି ଦୁଇ ଦିନିଆ ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଅନ୍ୟାନ୍ୟ କାର୍ଯ୍ୟକ୍ରମ ସହ ନିଜେ ପଢ଼ିଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ବି ସାମିଲ ହେବେ। ଯାହାକୁ  ନେଇ ରମାଦେବୀ ୟୁନିଭର୍ସିଟିର ଛାତ୍ରୀଙ୍କ ସହ ରାଷ୍ଟ୍ରପତିଙ୍କ ସହପାଠିନୀ ମଧ୍ୟ ବେଶ୍ ଉତ୍ସାହିତ ଅଛନ୍ତି।

Advertisment

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀ ଭୁବନେଶ୍ୱର ଓ କଟକ ରେ ମୋଟ ୬୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।

  • ରାଜଧାନୀରେ ୪୦ ପ୍ଲାଟୁନ୍ ଫୋର୍ସ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି
  • ବ୍ଲୁ ବୁକ୍ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି
  • ସୁରକ୍ଷା ଦାୟିତ୍ୱରେ ୧୪ ଜଣ ଅତିରିକ୍ତ ଡିସିପି, ୩୫ ଜଣ ଏସିପି ଓ ୪୭ ଜଣ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି
  • ୧୮୮ ଏସଆଇ ଏବଂ ଏଏସଆଇ ରାଙ୍କ୍‌ ଅଫିସର ସହ ୫୦ ହୋମଗାର୍ଡ ରହିବେ
  • ରାଷ୍ଟ୍ରପତିଙ୍କ ଲିଙ୍ଗରାଜ ଦର୍ଶନ ସମୟରେ ଅଧଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ
  • ରୁଟ୍‌ ଲାଇନିଂ, ନାଇଟ ଗାର୍ଡ, ଚପର ଗାର୍ଡ ଓ ରୁଫ୍‌ ଟପ୍‌ରେ ସୁରକ୍ଷାକର୍ମୀ ମୁତୟନ ରହିବେ।
  • ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ଏଣ୍ଟ୍ରି ଓ ଏକ୍‌ଜିଟ୍‌ ପଏଣ୍ଟ ସିସିଟିଭି ସର୍ଭେଲାନ୍ସରେ ରହିବ
  • ସେହିପରି ରାଷ୍ଟ୍ରପତିଙ୍କ କାରକେଡ଼ ଇନ୍‌ଚାର୍ଜ ଜଣେ ଏସପି ରାଙ୍କ୍‌ ଅଫିସର ରହିବେ
President Of India Draupadi Murmu
Advertisment
Advertisment