Jawaharlal Nehru Indoor Stadium
କଟକରେ ଜରିପାଲ ତଳେ ଅଭିଭାଷଣ ଦେଲେ ରାଷ୍ଟ୍ରପତି । ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ବେଳେ ବ୍ୟାପକ ଅବ୍ୟବସ୍ଥା । ଇନଡୋର ଷ୍ଟାଡିୟମର ଛାତ ଉପରେ ଜରିପାଲ ଘୋଡା ଯାଇଥିବା ଦେଖିବାକୁ ମିଳିଛି । ଅନେକ ଦିନରୁ ଷ୍ଟାଡିୟମ ଛାତ ନଷ୍ଟ ହୋଇଥିଲେ ବି ମରାମତି ହୋଇନି । ଏପରକି ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପାଇଁ ଛାତରେ ପାଲ ଘୋଡ଼େଇ କାମ ଚଳାଇଲେ ।
ତେବେ ୨ ମାସ ପୂର୍ବରୁ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ବେଳେ କାହିଁକି ମରାମତି ହୋଇନି ବୋଲି ଆଇନଜୀବୀ ପ୍ରଶ୍ନ ଉଠାଇଛନ୍ତି । ତେବେ ଗତବର୍ଷ ଅଗଷ୍ଟରେ ଅମିତ ଶାହାଙ୍କ କାର୍ଯ୍ୟକ୍ରମ ବେଳେ ବି ଏମିତି ଜରିପାଲ ପକାଯାଇଥିବା ଦେଖିବାକୁ ମିଳିଥିଲା ।
ଅଧିକ ପଢ଼ନ୍ତୁ: ‘ତ୍ୱରିତ ନ୍ୟାୟକୁ ଗୁରୁତ୍ୱ; ନିର୍ଦ୍ଦୋଷ ଲୋକଟି ଯେମିତି ଦଣ୍ତ ନ ପାଉ’
ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି। କାରଗିଲ ଦିବସ ଅବସରରେ ସହିଦଙ୍କୁ ନମନ କରିବା ସହ ଓଡ଼ିଶାର ସହିଦ ପଦ୍ମପାଣି ଆଚାର୍ଯ୍ୟଙ୍କ କଥା କହିଥିଲେ। ବୀରମାଟି କଟକକୁ ପ୍ରଣାମ କରି ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କଥା କହି ଓଡ଼ିଶା ହାଇକୋର୍ଟର ଗୌରବ ଗାଥା ବଖାଣିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1690361152.jpg)