/odishatv-khabar/media/post_attachments/uploadimage/library/16_9/16_9_0/IMAGE_1690362534.jpg)
Banaka Lagi Of Lord Jagannath
ଗୁରୁବାର ନୁହେଁ, ଆଜି ହିଁ ଶ୍ରୀଜୀଉଙ୍କ ବନକଲାଗି ନୀତି କରିବାକୁ ଦତ୍ତମହାପାତ୍ର ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଦେଇଛନ୍ତି । ଆଜି ବନକଲାଗି ନ କଲେ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ସେ କହିଛନ୍ତି, ୨୦୧୮ ମସିହାରେ ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ବୁଧବାର ବନକଲାଗି କରାଯାଏ । ଦତ୍ତମହାପାତ୍ର ନିଯୋଗ କିନ୍ତୁ ଗୁରୁବାର କରିବା ଜିଦ୍ରେ ଅଟଳ ଅଛନ୍ତି । ଶ୍ରୀମନ୍ଦିର ପ୍ରଶାସନ ଯାହା ନିଷ୍ପତ୍ତି ନେବ ସେମାନେ ମାନିବା କଥା । ନମାନିଲେ ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।
ପୂର୍ବରୁ ଗୁରୁବାର ବନକଲାଗି ପାଇଁ ପ୍ରଶାସନକୁ ନିବେଦନ କରାଯାଇଥିବା ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ସେବାୟତ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ନୀଳାଦ୍ରି ବିଜେ ପରଠାରୁ ଠାକୁରମାନଙ୍କ ଶ୍ରୀମୁଖ ଶିଙ୍ଗାର କରାଯାଇନାହିଁ । ଫଳରେ ଶ୍ରୀମନ୍ଦିର ଆସୁଥିବା ଅଗଣିତ ଭକ୍ତ ଠାକୁରଙ୍କ ମଳିନ ମୁଖକୁ ଦର୍ଶନ କରି ଫେରିବା ସହ ଏହାକୁ ନେଇ ଭକ୍ତ ମହଲରେ କ୍ଷୋଭ ପ୍ରକାଶ ପାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)