/odishatv-khabar/media/post_attachments/uploadimage/library/16_9/16_9_0/IMAGE_1705056460.jpg)
Doctor Prescription
ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗୀୟ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏନେଇ ନୋଟିସ କରିଛି ରାଜ୍ୟ ପରିବାର ଓ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ । ଡାକ୍ତରୀ ଚିଠା, ଶବ ବ୍ୟବଚ୍ଛେଦ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ୟାପିଟାଲ ଲେଟର, ଟାଇପ୍ କିମ୍ବା ଗୋଲ୍ ଗୋଲ୍ ଅକ୍ଷରରେ ଲେଖିବାକୁ ସ୍ପଷ୍ଟ ନିର୍ଦ୍ଦେଶ ରହିଛି । ଲେଖା ଏମିତି ହେବା ଦରକାର ଯେମିତି କିଛି ସଂଶୟ ଉପୁଜୁନଥିବ। ଏଭଳି କିଛି ନିର୍ଦ୍ଦେଶ ରହିଛି ।
ରାଜ୍ୟର ସମସ୍ତ ମେଡିକାଲ ସେଣ୍ଟର, ଘରୋଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିଯାଇଛି । ପୂର୍ବରୁ ରାଜ୍ୟରେ କାର୍ଯ୍ୟରତ ଡାକ୍ତରଙ୍କୁ ଏନେଇ ନିର୍ଦ୍ଦେଶ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ୍ ସମ୍ବନ୍ଧୀୟ ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ ଲେଖିବା ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିବାକୁ ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ ।
ଅନେକ ସମୟରେ କେବଳ ଡାକ୍ତର ବା ମେଡିସିନ ଦୋକାନୀ ସେହି ହସ୍ତାକ୍ଷର ପଢି ଔଷଧ ଦିଅନ୍ତି । ମାତ୍ର ସାଧାରଣ ଲୋକ ଏହା ବୁଝିବାରେ ସକ୍ଷମ ହୁଏ ନାହିଁ। କୋର୍ଟ କହିଛନ୍ତି ଡାକ୍ତରମାନେ ସ୍ପଷ୍ଟ ହସ୍ତାକ୍ଷରରେ ପ୍ରେସକ୍ରିପ୍ସନ ଲେଖିବେ, ଫଳରେ ସାଧାରଣ ଲୋକଟିଏ ଔଷଧ ଓ ରୋଗ ବିଷୟରେ ଜାଣିପାରିବ ଓ ବୁଝିପାରିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)