• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସ୍ଥାୟୀ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଆୟୋଜିତ ହେଲା ବିଶାଳ ରାଲି ଓ ବେକାରୀ ହାଟ । ଯେପର୍ଯ୍ୟନ୍ତ ସରକାର ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରିନାହାନ୍ତି ସେ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ସଂଘ କହିଛି । ପ୍ରତି ପ୍ରାଥମିକ ବିଦ୍ୟାଳୟରେ ୧୦ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ଜଣେ ସ୍ୱତନ୍ତ୍ର ଶିକ୍ଷକ, ପ୍ରତି ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୫ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ଜଣେ ସ୍ୱତନ୍ତ୍ର ଶିକ୍ଷକ ଓ ଯେଉଁ ବିଦ୍ୟାଳୟରେ ଜଣେ ବି ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରୁଥିବ, ସେହି ବିଦ୍ୟାଳୟରେ ଜଣେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତ କରିବାକୁ ମାନ୍ୟବର ସୁପ୍ରିମକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିବା ସଂଘ କହିଛି । ତେବେ ଦାବି ପୂରଣ ପର୍ଯ୍ୟନ୍ତ ରାଜଧାନୀର ଲୋୟର ପିଏମଜିରେ ଆନ୍ଦୋଳନ କରିବେ ବୋଲି ସଂଘ ଚେତାବନୀ ଦେଇଛି ।