Advertisment

ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୧୧ ଜଣ, ଗିରଫଙ୍କ ମଧ୍ୟରେ ଅଛନ୍ତି ମହିଳା

ଯାଜପୁର ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୧୧ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Journalist Attacked In Jajpur

Journalist Attacked In Jajpur

ଯାଜପୁର ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୧୧ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି। ଗତକାଲି ମୁଖ୍ୟ ଅଭିଯୁକ୍ତକୁ ପୋଲିସ୍‌ ଗିରଫ କରିଥିବାବେଳେ ତାର ସହଯୋଗୀଙ୍କୁ ଅଟକ ରଖିଥିଲା। ଏନେଇ ଯାଜପୁର ଏସ୍‌ପି ରାହୁଲ ପି.ଆର୍. ସୂଚନା ଦେଇଥିଲେ।

Advertisment

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଆଉ କେଉଁ କେଉଁମାନଙ୍କର ସମ୍ପୃକ୍ତି ଅଛି, ସେନେଇ ତଦନ୍ତ ଚାଲିଛି। ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି।ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଗୋଟି ଗୋଟି କରି ଧରାଯିବ ଏବଂ ସେମାନଙ୍କ ବିରୋଧରେ କଠୋର ‌ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। 

ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଗତକାଲି ପୋଲିସ ୨୨ ଜଣଙ୍କୁ ଉଠାଇ ନେଇଥିଲା। ପରେ ବାଛୋଳ ପଞ୍ଚାୟତରେ ପୋଲିସ୍ ଫ୍ଲାଗ ମାର୍ଚ୍ଚ କରିଥିଲା। ଗତକାଲି ତୃତୀୟ ପଯର୍ୟାୟ ନିର୍ବାଚନ ବେଳେ ବାଛୋଳ ପଞ୍ଚାୟତରେ ବୁଥ୍ ରିଗିଂ ଉଦ୍ୟମ ବେଳର ଖବର ସଂଗ୍ରହ କରୁଥିବା ସାମ୍ବାଦିକଙ୍କ ଉପରେ ଅାକ୍ରମଣ ହୋଇଥିଲା 

Advertisment
Odisha Panchayat Elections Journalist Attacked Odisha Panchayat Polls
Advertisment
Advertisment