• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଖୁବଶୀଘ୍ର ବଣ୍ଟାଯିବ ଓଡ଼ିଶାକୁ ଆସିଥିବା ଆଉ ୯ ଲକ୍ଷ ଆବାସ ଘର । ବହୁ ଅଯୋଗ୍ୟ ହିତାଧିକାରୀ ଘର ପାଉଥିବା ନେଇ ବିଭିନ୍ନ ବର୍ଗରୁ ଅଭିଯୋଗ ଆସିବା ପରେ ସାଧାରଣ ଜନତାଙ୍କ ଠାରୁ ବିସ୍ତୃତ ଭାବେ ଅଭିଯୋଗ ମଗାଯାଇଥିଲା । ସେସବୁକୁ ତର୍ଜମା କରାସରିଛି । ଖୁବଶୀଘ୍ର ରାଜ୍ୟକୁ ଆସିଥିବା ଆବାସ ଘର ଆବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ଅଧିକ ପଢ଼ନ୍ତୁ: ପୁଣି ଚର୍ଚ୍ଚା ! ରାଜ୍ୟରେ ହେବ କି ଆଗୁଆ ନିର୍ବାଚନ ?

ତାସହ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟର ସମସ୍ତ ବ୍ଲକରେ ସ୍ଥାପନ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ । ତାସହ ଆସନ୍ତା ବର୍ଷକ ମଧ୍ୟରେ ସମସ୍ତ ବ୍ଲକରେ ମିଶନ୍ ଶକ୍ତି କାଫେ ନିର୍ମାଣ ଏବଂ କାର୍ଯ୍ୟକ୍ଷମ ହେବ । ତାସହ ସମସ୍ତ ଘରକୁ ପାନୀୟ ଜଳ ଯୋଗାଣକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ ଓ ସଚିବ।