Advertisment

ଡବଲ୍‌ ଭୋଟ୍‌ ଦେଲେ କାର୍ଯ୍ୟାନୁଷ୍ଠାନ

କୌଣସି ବ୍ୟକ୍ତି ଡବଲ ଭୋଟ୍ ଦେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି ଭୋଟ୍ ଦେଇଥିବା ପ୍ରମାଣ ମିଳିଲା, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।

author-image
Rajalaxmi Sahoo
Action will be taken if anyone casting vote twice

Action will be taken if anyone casting vote twice

ଆସନ୍ତାକାଲି ପୌର ନିର୍ବାଚନ ଲାଗି ମତଦାନ ହେବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୌର ନିର୍ବାଚନ ଲାଗି ଆଜି ବିଭିନ୍ନ ବୁଥ୍ ମୁହାଁ ପୋଲିଂ କର୍ମଚାରୀ ହେଉଥିବା ଦେଖିବାକୁ ମିଳିଛି। ଆଜି ଅପରାହ୍ଣ ସୁଦ୍ଧା ସବୁ ପୋଲିଂ ଷ୍ଟାଫ୍ ନିଜ ନିଜ ବୁଥ୍‌ରେ ପହଞ୍ଚିଯିବେ ବୋଲି ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଥିଲେ।  ଭୋଟ୍ ଗ୍ରହଣ ଲାଗି ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ ରହିବେ।

Advertisment

ପୌର ଭୋଟ୍‌ ଗ୍ରହଣ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସାରା ରାଜ୍ୟରେ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। କୌଣସି ବ୍ୟକ୍ତି ଡବଲ ଭୋଟ୍ ଦେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି ଭୋଟ୍ ଦେଇଥିବା ପ୍ରମାଣ ମିଳିଲା, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।

ଟଙ୍କା ବଣ୍ଟାର ଭାଇରାଲ୍‌ ଭିଡିଓକୁ ନେଇ ନିର୍ବାଚନ କମିଶନର କହିଛନ୍ତି, ଟଙ୍କା ବଣ୍ଟାର ଭାଇରାଲ ଭିଡିଓ ସୂଚନା କମିଶନଙ୍କ ପାଖକୁ ଆସିଛି। ଏହାର ତଦନ୍ତ ପାଇଁ ଜିଲ୍ଲା ପ୍ରଶାସନ ନିକଟକୁ ପଠାଯାଇଛି। ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ କୁହାଯାଇଛି।

Advertisment

ପୌର ନିର୍ବାଚନ ପାଇଁ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ମତଦାନ ଜାରି ରହିବ। ୧୦୬ ପୌରପାଳିକା, ଏନ୍‌ଏସି ଓ ୩ ମହାନଗର ନିଗମରେ ମୋଟ୍ ୪୦ ଲକ୍ଷ ୫୫ ହଜାର ଭୋଟର ମତଦାନ କରିବେ। ଭୁବନେଶ୍ୱରର ୬୭ଟି ୱାର୍ଡ ପାଇଁ ୭୦୫ଟି ବୁଥ୍ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଲାଗି ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି। 

Municipal Elections Odisha Municipal Elections Odisha Urban Polls
Advertisment
Advertisment