Advertisment

ମୋଦିଙ୍କୁ ଭେଟିଲେ ଏବେ ଶାହକୁ ଭେଟିବେ ମୋହନ

ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି।

ଅଦ୍ୟତନ ହୋଇଛି
Mohan Majhi To Meet Amit Shah

Mohan Majhi To Meet Amit Shah

Advertisment

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଅପରାହ୍ନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଭେଟିବେ । ଗତକାଲି ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ଓଡ଼ିଶାରେ ବିଜେପି ସରକାର ଗଠନ ପରେ ପ୍ରଥମ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି।

ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜଣାଇଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ। ଏହାପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ।

Advertisment

ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ଭେଟିଥିଲେ। ଆଲୋଚନାରେ ଏକ ବିକଶିତ ଓଡ଼ିଶା ଗଠନ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥଲା। ୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବ। ରଥଯାତ୍ରାକୁ ଆସିବା ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଛୁ। ସେ ଆସିବେ ବୋଲି ସ୍ପଷ୍ଟ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment
BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ