After Naba Das Death Finance Minister Niranjan Pujari Gets Charge Of Health Dept
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମିଳିଛି। ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି।
ସୂଚନାଥାଉ କି, ଗତକାଲି ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ମନ୍ତ୍ରୀ ନବ ଦାସଙ୍କ ଉପରୁ ପୋଲିସ୍ ASI ଗୋପାଳ ଦାସ ଗୁଳିମାଡ଼ କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର କୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ୱର ଆପୋଲ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିଲା।
ଅଧିକ ପଢ଼ନ୍ତୁ: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ପୋଲିସ ASI ଗୋପାଳ କିଏ ? ଆସନ୍ତୁ ଜାଣିବା...
ନବ ଦାସଙ୍କ ଉପରେ ଗୁଳିମାଡ଼ ନେଇ ବ୍ରଜରାଜନଗର IIC ଏତଲା ଦେଇଛନ୍ତି । ହତ୍ୟା ଉଦ୍ଦେଶ୍ୟ ନେଇ ASI ଗୋପାଳ ଦାସ ଫାୟାରିଂ କରିଥିବା ଏତଲାରେ ଉଲ୍ଲେଖ କରାଯାଇଛି । ମନ୍ତ୍ରୀ ନବ ଦାସଙ୍କର ଗତକାଲି ଲିଫ୍ଟସିଫ୍ଟ ବିଲ୍ଡିଂରେ ଉଦ୍ଘାଟନ କାର୍ଯ୍ୟକ୍ରମ ରହିଥିଲା । ଏତଲା ଅନୁସାରେ, କାଲି ASI ଗୋପାଳ ଟ୍ରାଫିକ କ୍ଲିୟରାନ୍ସ ଦାୟିତ୍ୱରେ ଥିଲେ । ଆଉ ମନ୍ତ୍ରୀ ଗାଡ଼ିରୁ ଓହ୍ଲାଇବା ବେଳେ ଗୋପାଳ ତାଙ୍କ ନିକଟକୁ ଚାଲିଯାଇଥିଲେ। ଅତି ପାଖରୁ ନିଜ ସର୍ଭିସ ରିଭଲଭରରୁ ମନ୍ତ୍ରୀଙ୍କୁ ଫାୟାରିଂ କରିଥିଲେ ଗୋପାଳ। ମନ୍ତ୍ରୀଙ୍କୁ ହତ୍ୟା ଉଦ୍ଦେଶ୍ୟରେ ହିଁ ସେ ଅତି ପାଖରୁ ଗୁଳି କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1675064038.jpg)