• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ତେଲେଙ୍ଗାନା ଭଳି ଓଡ଼ିଶାରେ ବି ୩ ରୁ ୧ ନମ୍ବର ହେବ କଂଗ୍ରେସ । ତେଲେଙ୍ଗାନାରେ ଦଳ ଯେଉଁ ସ୍ଥିତିରେ ଥିଲା ସେଠି ଯେଉଁଭଳି ନମ୍ବର ୱାନ୍ ହୋଇପାରିଲା, ଓଡ଼ିଶାରେ ବି ତାହା ହେବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଆଗାମୀ ନିର୍ବାଚନରେ ଦଳର ମିଶନ ୯୦ ସଫଳ ହେବ ବୋଲି ଦମ୍ଭୋକ୍ତି କରିଛନ୍ତି ଶରତ ।

ଶରତ ପଟ୍ଟନାୟକ କହିଛନ୍ତି ରାଜ୍ୟ ସରକାରଙ୍କ ବିରୋଧରେ ଦଳ ବହୁ କାର୍ଯ୍ୟକ୍ରମ ହାତକୁ ନେଇଛି ଓ ଘରେ ଘରେ ହାତ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ତେବେ ୨୪ ନିର୍ବାଚନ ଜିତିବା କ୍ଷମତା ଦେଖି ପ୍ରାର୍ଥୀଙ୍କୁ ଟିକେଟ ଦିଆଯିବ । ତେଲେଙ୍ଗାନାରେ କଂଗ୍ରେସ ସରକାର ଗଢ଼ିବା ପରେ ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକ ଏଭଳି ମନ୍ତବ୍ୟ ଦେଇଛନ୍ତି ।

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବନ୍ତ ରେଡ୍ଡୀ । ଆଜି ହାଇଦ୍ରାବାଦର ଲାଲବାହାଦୁର ଷ୍ଟାଡିୟମରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ରେବନ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ତେଲେଙ୍ଗାନା ରାଜ୍ୟପାଳ ତାମିଲିସାଇ ସୁନ୍ଦରରାଜନ । ସେହିପରି ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଟି ବିକ୍ରମାର୍କା । ଏହି ଶପଥ ଗ୍ରହଣ ସମାରୋହରେ ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ଥିଲେ । 

ରେବାନ୍ତଙ୍କର ମୁଖ୍ୟମନ୍ତ୍ରୀ ପଦ ପାଇଁ ଯାତ୍ରା ଏତେ ସହଜ ନଥିଲା । ତେଲେଙ୍ଗାନାରେ ରାଜନୈତିକ ପଟ୍ଟ ପରିବର୍ତ୍ତନରେ ରହିଛି ରେବାନ୍ତ ରେଡ୍ଡୀଙ୍କ ମୁଖ୍ୟ ଭୂମିକା । ତେଲେଙ୍ଗାନା କଂଗ୍ରେସ ମୁଖ୍ୟ ଭାବରେ ରେବାନ୍ତ ରେଡ୍ଡୀଙ୍କ କାର୍ଯ୍ୟ ଶୈଳୀ ଦଳକୁ ସୁଦୃଢ଼ କରିଛି ।