Advertisment

ପଶ୍ଚିମବଙ୍ଗରେ ବିଜେପି ଓ ଟିଏମସି କର୍ମୀ ମୁହାଁମୁହିଁ; କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ ଅଭିଯୋଗ

ପଶ୍ଚିମବଙ୍ଗ କୁଚବିହାରରେ ବିଜେପି ଓ ଟିଏମସି କର୍ମୀ ମୁହାଁମୁହିଁ । ଦିନହାଟାରେ କେନ୍ଦ୍ରମନ୍ତ୍ରୀ ତଥା କୁଚବିହାରରୁ ବିଜେପିର ଲୋକସଭା ପ୍ରାର୍ଥୀ ନିଶିଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ, ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
TMC BJP Workers Clash 

TMC BJP Workers Clash

ପଶ୍ଚିମବଙ୍ଗ କୁଚବିହାରରେ ବିଜେପି ଓ ଟିଏମସି କର୍ମୀ ମୁହାଁମୁହିଁ । ଦିନହାଟାରେ କେନ୍ଦ୍ରମନ୍ତ୍ରୀ ତଥା କୁଚବିହାରରୁ ବିଜେପିର ଲୋକସଭା ପ୍ରାର୍ଥୀ ନିଶିଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ, ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି । ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମସି ନେତା ଉଦୟନ ଗୁହର ଦିନହାଟା ପୌରାଧ୍ୟକ୍ଷ ଗୌରୀଶଙ୍କର ମାହେଶ୍ବରୀଙ୍କ ଘରୁ ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ, ବିପରୀତ ଦିଗରୁ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଆସିଥିଲା। ଏହି ସମୟରେ କୌଣସି କାରଣରୁ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା ।

Advertisment

 ତେବେ ବିବାଦ ଉପୁଜିବା କାରଣକୁ ନେଇ ଉଭୟ ଦଳ ପରସ୍ପର ଉପରେ ଦୋଷ ଲଦିଛନ୍ତି। ପୋଲିସ ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଲାଠି ଚାର୍ଜ କରିଥିଲା। ସଂଘର୍ଷରେ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ କିଛି ଜଣ ଦଳୀୟ କର୍ମୀ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି । ତେବେ ଏନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ । ସେପଟେ ଏହି ଘଟଣାକୁ ନେଇ ଆଜି ଦିନହାଟାରେ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛି ତୃଣମୂଳ କଂଗ୍ରେସ । 

Advertisment
BJP TMC
Advertisment
Advertisment