/odishatv-khabar/media/post_attachments/uploadimage/library/16_9/16_9_0/amit_shah_1691119480.jpg)
amit shah
ଭୁବନେଶ୍ୱର ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ରାତି ୧୦ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଛି। ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାସହ ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ କରିବେ ଆଲୋଚନା।
ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ। ଯେଉଁଠି ଦଳୀୟ ସଂଗଠନର ସ୍ଥିତି ଓ ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ ଦୂର କାର୍ଯ୍ୟକାରୀ ହୋଇଛି ସେ ସଂପର୍କରେ ସମୀକ୍ଷା କରିବେ ଶାହ। ୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ।
ରାଜ୍ୟରେ ଆଗୁଆ ବିଧାନସଭା ନିର୍ବାଚନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏହାରି ଭିତରେ ଶାହଙ୍କ ଏହି ଗସ୍ତ ବିଜେପି ପାଇଁ କେତେ ସହାୟକ ହେବ ତାଉପରେ ନଜର ରହିଛି।
ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ତଥ୍ୟ:
- କାଲି ରାତି ୧୦ଟା ୪୦ରେ ଭୁବନେଶ୍ୱର ପହଞ୍ଚିବେ ଶାହ
- ଶନିବାର ୧୧ଟାରୁ ୧୨ଟା ଯାଏ NH ପ୍ରକଳ୍ପ ଶୁଭାରମ୍ଭରେ ଯୋଗଦେବେ
- ୧୨ରୁ ସାଢ଼େ ୧୨ ନକ୍ସଲ ଦମନ, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ
- ସାଢ଼େ ୧୨ରୁ ଦଳୀୟ ବୈଠକ, ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ
- ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ କର୍ମକର୍ତ୍ତାଙ୍କ ସହ ରୁଦ୍ଧଦ୍ୱାର ବୈଠକ
- ସନ୍ଧ୍ୟା ୬ଟାରେ ବିମାନବନ୍ଦର ଲାଉଞ୍ଜରେ ବୈଠକ ସହ ପ୍ରତ୍ୟାବର୍ତ୍ତନ
ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ନେଇ ତେଜିଛି ରାଜନୀତି । ଦିଲ୍ଲୀ ବିଲ୍କୁ ବିଜେଡିର ସମର୍ଥନ ଓ ଅନାସ୍ଥାକୁ ବିରୋଧ ପରେ ନବୀନ ପଟ୍ଟନାୟକଙ୍କୁ ବଧେଇ ଦେବାକୁ ସେ ଆସୁଥିବା କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିରୋଧୀ ମେଣ୍ଟ ଇଣ୍ଡିଆ ଗଠନ ପରେ ବିଜେପି ଭୟଭିତ ହୋଇ ସେଟିଂରେ ଲାଗି ପଡିଥିବା ସେ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)