Advertisment

ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ, ସୁରକ୍ଷା ପାଇଁ ମୁତୟନ ହେବେ ୨୮ ପ୍ଲାଟୁନ୍ ଫୋର୍ସ

ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା’ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ ।

author-image
Santosh Kumar Sahoo
Budget Session

Budget Session

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭା ବଜେଟ୍ ଅଧିବେଶନ । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହେବ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କ୍ୱିକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ଉପସ୍ଥିତ ରହିବେ । ତିନି ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଂଚଳକୁ ପୋଲିସ ଛାଉଣୀ କରିଛି।

Advertisment

ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା’ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ । ଏଥିସହ ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି । ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୮ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପିଙ୍କ ସହ ୧୦୦ରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହେବେ। ସେହିପରି ବିଧାନସଭାକୁ ସଂଯୋଗ କରୁଥିବା ୫ଟି ରୁଟକୁ ମଧ୍ୟ ଡାଇଭର୍ଟ କରାଯାଇଛି ।

Odisha Budget Session Odisha Legislative Assembly
Advertisment
Advertisment