ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା; ରାଜ୍ୟରେ ୩.୩୨ କୋଟି ଭୋଟର

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ କରାଯାଇଛି । ତାଲିକାରେ ରହିଛନ୍ତି ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ।

Voter List

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ବୋଲି ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ କରାଯାଇଛି । ତାଲିକାରେ ରହିଛନ୍ତି ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର । ସେଥିରୁ ଯୁବ ଭୋଟର ସଂଖ୍ୟା ୪ ଲକ୍ଷ ୭୬ ହଜାର ୯୬୯ । ତାଲିକାରୁ ୭ ଲକ୍ଷ ୧୬ ହଜାର ଭୋଟରଙ୍କୁ ବାଦ୍ ଦିଆଯାଇଛି । ମହିଳା ଭୋଟରଙ୍କ ସଂଖ୍ୟା ବଢ଼ିଛି, ହଜାରେ ପୁରୁଷରେ ୯୭୨ ମହିଳା ।