• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

କାଲିଠାରୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଏଥିରେ ବିଭାଗୱାରି ଡିମାଣ୍ଡ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି । ୧୪ ତାରିଖରୁ ୨୮ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇପାରିବନି, ତାହା ୨୯ ତାରିଖର ଗିଲୋଟିନ ଜରିଆରେ ପାରିତ ହେବ ।

ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି, ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷର ବ୍ୟୟ ମଂଞ୍ଜୁରୀ ବିଲ୍ ପାରିତ ହେବ । ପ୍ରଶ୍ନକାଳ ସ୍ୱାଭାବିକ କରିବାକୁ ସବୁ ବିଧାୟକଙ୍କ ସହଯୋଗ ଲୋଡ଼ିଥିବା କହିଛନ୍ତି ବାଚସ୍ପତି । ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି, ଯାହା କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି, ସେହି ଅନୁସାରେ ସବୁ କାଯର୍ୟକ୍ରମ ହେବ । ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।

ବିରୋଧୀ ଦଳ ମୁଲତବୀ ପ୍ରସ୍ତାବ ଆଣିଲେ ମଧ୍ୟ ଆଲୋଚନା କରାଯିବ ବୋଲି କହିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ସେପଟେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଚାଷୀ ଆତ୍ମହତ୍ୟା, ବ୍ୟାଙ୍କ ଋଣ ନ ଦେବା, ଚାଷୀଙ୍କୁ ଇନ୍‌ସ୍ୟୁରାନ୍ସ ନ ମିଳିବା ଆଦି ପ୍ରସଙ୍ଗ ବିଧାନସଭାରେ ଉଠାଇବ ଦଳ । ରୁଚିକାଙ୍କ ଆତ୍ମହତ୍ୟା, ତାଙ୍କ ମାଆଙ୍କୁ ଜବରଦସ୍ତି ଉଠାଇ ନେବା ପ୍ରସଙ୍ଗ ମଧ୍ୟ ବିଧାନସଭାରେ ଉଠାଯିବ ବୋଲି ସେ କହିଛନ୍ତି ।