/odishatv-khabar/media/post_attachments/uploadimage/library/16_9/16_9_0/IMAGE_1646743176.jpg)
assembly odisha
କରୋନା କଟକଣା ଭିତରେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ତା ପୂର୍ବରୁ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ ଟେଷ୍ଟ । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ନିଜର କୋଭିଡ୍ ଟେଷ୍ଟ କରାଇଛନ୍ତି । ପୌର ନିର୍ବାଚନ ଥିବାରୁ ବିଧାୟକମାନେ ଚାହିଁଲେ ଜିଲ୍ଲା ସ୍ତରରେ ଟେଷ୍ଟ କରି ରିପୋର୍ଟ ଦେଇପାରିବେ । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ବାଚସ୍ପତି ସୂଚନା ଦେଇଛନ୍ତି । ଆସନ୍ତା ୨୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା । ୩୦ ତାରିଖରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।
୨୬ ତାରିଖ ଓ ୨୮ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ । ୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ। ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ । ୭ଦିନ ମଧ୍ୟରେ ଗୋଟିଏ ଦିନ ଛୁଟି ଥିବାରୁ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିବ । ଗୃହ ପରିଚାଳନା ନେଇ ଗତ ୧୫ ତାରିଖରେ ସର୍ବଦଳୀୟ ବୈଠକ ବସିଥିଲା । ବଜେଟ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)