Advertisment

ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବାଜିମାତ୍, ୧୧ଟି ୱାର୍ଡରେ ବିଜୟୀ

ଅତାବିରାରେ ବିଜେଡିର ବାଜିମାତ୍ । ବରଗଡ଼ର ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବାଜିମାତ୍ । ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି।

ଅଦ୍ୟତନ ହୋଇଛି
NAC Election Results: BJD wins Attabira NAC Poll

Atabira NAC election

Advertisment

ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବାଜି ମାରିଲା ବିଜେଡି । ଅଧ୍ୟକ୍ଷ ପଦ ସହ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି।

Advertisment

ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ ବନମାଳି ବରିହା ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ସବିତା ଭୁଏଙ୍କ ଠାରୁ ୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ଗତ ୩ ତାରିଖରେ ଏଠାରେ ଭୋଟ ଗ୍ରହଣ ହୋଇଥିଲା । ଆଜି ଭୋଟ ଗଣତି ପରେ ବିଜେଡି ହାତକୁ ଯାଇଛି ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ।

ସେପଟେ ଢେଙ୍କାନାଳ ହିନ୍ଦୋଳ NACରେ ବି ଚାଲିଛି ଭୋଟ୍ ଗଣତି । ହିନ୍ଦୋଳ ଏନ୍ଏସିର ୧୬ଟି ୱାର୍ଡ ପାଇଁ ନିର୍ବାଚନ ହୋଇଛି । ଏହା ବ୍ୟତୀତ ଅଧ୍ୟକ୍ଷ ପଦ ପାଇଁ ବିଜେପି ଓ ବିଜେଡି ଭିତରେ କଡ଼ା ଟକ୍କର ଚାଲିଛିା ଭୋଟ ଗଣତି କେନ୍ଦ୍ରରେ କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ସମସ୍ତ ପ୍ରକ୍ରିୟା ।

Advertisment
NAC Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ