• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ୩୮ଜଣିଆ ନୂଆ ଟିମରେ ପୁଣି ସ୍ଥାନ ପାଇଲେ ବୈଜୟନ୍ତ ପଣ୍ଡା । ତୃତୀୟ ଥର ଲାଗି ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦ ପାଇବାରେ ସକ୍ଷମ ହୋଇଛନ୍ତି । ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି ।

ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି । ଏହା ବ୍ୟତୀତ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି ।

୧୩ ଜଣ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହୋଇଛନ୍ତି । ୮ ଜଣ ରାଷ୍ଟ୍ରୀୟ ମହାମନ୍ତ୍ରୀ ହୋଇଥିବା ବେଳେ ୧୩ ଜଣ ରାଷ୍ଟ୍ରୀୟ ସଚିବ ହୋଇଛନ୍ତି । ଏହା ସହିତ ଜଣେ ଲେଖାଏ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ, ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ, କୋଷାଧ୍ୟକ୍ଷ ଓ ସହ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now