Advertisment

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ସାକ୍ଷାତ କାର୍ଯ୍ୟକ୍ରମ

ଅଦ୍ୟତନ ହୋଇଛି
Bengal CM Mamata Banerjee Odisha Visit Today

Mamata Banerjee

Advertisment

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ୱର ପହଞ୍ଚିବା ପରେ ପୁରୀ ଆସି ନିର୍ମାଣ ନିବାସରେ ରାତ୍ରିଯାପନ କରିବେ ମୁଖ୍ୟମନ୍ତ୍ରୀ ମମତା । ଆସନ୍ତାକାଲି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ଆଉ ତା’ପରେ ପୁରୀ ରେ ହିଁ ରାତ୍ରିଯାପନ କରିବେ ମମତା ବାନାର୍ଜୀ ।

Advertisment

ତା ପରଦିନ ତଥା ୨୩ ତାରିଖରେ ଭୁବନେଶ୍ୱର ଯାଇ ସନ୍ଧ୍ୟା ସମୟରେ ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରୋଟୋକଲ ଅନୁସାରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପଶ୍ଚିମବଙ୍ଗ ପୋଲିସ ଏବଂ କମିଶନରେଟ ପୋଲିସ୍‌ ସହ ଆଲୋଚନା କରାଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ବୋଲି କହିଛି ଜିଲ୍ଲା ପ୍ରସାଶନ। ମୁଖ୍ୟମନ୍ତ୍ରୀ ମମତାଙ୍କ ଗସ୍ତ ଲାଗି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା କରାଯାଇଥିବା କହିଛନ୍ତି ଏସ୍ ପି ।..

Advertisment
Mamata Banerjee CM Naveen Patnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ