Advertisment

ଓଡ଼ିଶାରେ ରାହୁଲଙ୍କ ନ୍ୟାୟ ଯାତ୍ରା: ଦ୍ୱିତୀୟ ଦିନରେ ବୀରମିତ୍ରପୁରରୁ ଶୁଭାରମ୍ଭ

ବୀରମିତ୍ରପୁର ରାମପାଲରୁ ବାହାରିବେ ରାହୁଲ । ସିଧାସଳଖ ରାଉରକେଲାର ଉଦିତନଗର ଛକକୁ ଯାଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ସେଠାରୁ ପାନପୋଷ ଛକକୁ ପଦଯାତ୍ରା କରିବେ।

ଅଦ୍ୟତନ ହୋଇଛି
Rahul Gandhi Odisha Visit

Rahul Gandhi

Advertisment

ଓଡ଼ିଶାରେ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ବିତୀୟ ଦିନ। ଗତ ମାସ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ଗତକାଲି ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି।

Advertisment

ଆଜି ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ରାମପାଲରୁ ବାହାରିବେ ରାହୁଲ । ସିଧାସଳଖ ରାଉରକେଲାର ଉଦିତନଗର ଛକକୁ ଯାଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ସେଠାରୁ ପାନପୋଷ ଛକକୁ ପଦଯାତ୍ରା କରିବା ସହିତ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ପାନପୋଷରେ ସାଧାରଣ ସଭା ପରେ, ସେଠାରୁ ରାଜଗାଙ୍ଗପୁର ଯିବେ ଏବଂ ଆଉ ଏକ ସାଧାରଣ ସଭାରେ ଯୋଗ ଦେବେ ରାହୁଲ ଗାନ୍ଧି । ସେଠାରୁ କୁତ୍ରା ଓ ବଡ଼ଗାଁ ଦେଇ ସୁନ୍ଦରଗଡ଼ରେ ପହଞ୍ଚିବେ ଏବଂ ସେଠାରେ ଜନସଭା ପରେ ଝାରସୁଗୁଡ଼ା ଯିବେ ବୋଲି ସୂଚନା ମିଳିଛି ।

Advertisment

ଝାରସୁଗୁଡ଼ାରେ ରାତ୍ରି ରହଣୀ ପରେ, ଆସନ୍ତାକାଲି ସେଠାରେ ପଦଯାତ୍ରା କରିବେ ଏବଂ ସେଠାରୁ ଛତିଶଗଡ଼ ଯିବେ ରାହୁଲ । ଗତକାଲିର କାର୍ଯ୍ୟକ୍ରମ ପରେ ସେ ସୁନ୍ଦରଗଡର ବୀରମିତ୍ରପୁରରେ ଅଛନ୍ତି। ରାହୁଲ ଗାନ୍ଧିଙ୍କ ସହ ଦଳର ଅନେକ ବରିଷ୍ଠ ନେତା ମଧ୍ୟ ଆସିଛନ୍ତି। ଏହି ଅବସରରେ ଦଳୀୟ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ବାଗତ କରିଥିଲେ।

Congress Rahul Gandhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ