Advertisment

ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ

ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ।

ଅଦ୍ୟତନ ହୋଇଛି
Bijay Pattnaik

Bijay Pattnaik

Advertisment

କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କୁ ମିଳିଲା ବଡ଼ ଦାୟିତ୍ୱ । ରାଜ୍ୟ କଂଗ୍ରେସର ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ବିଜୟ ପଟ୍ଟନାୟକଙ୍କୁ ନିଯୁକ୍ତି ଦେଇଛି ଏଆଇସିସି(AICC) । ଏନେଇ ଏଆଇସିସି ପକ୍ଷରୁ ଏକ ପ୍ରେସ୍ ରିଲିଜ୍ ଜାରି କରି ସ୍ପଷ୍ଟ କରିଛି । ଏହାବ୍ୟତୀତ ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ମଧ୍ୟ ଗଠନ କରିଛି ଏଆଇସିସି ।

Advertisment

କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତଚରଣ ଦାସ, ତାରାପ୍ରସାଦ ବାହିନୀପତି, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ, ଚିରଞ୍ଜୀବ ବିଶ୍ୱାଳ, ପଞ୍ଚାନନ କାନୁନଗୋ, ସାଂସଦ ସପ୍ତଗିରି ଉଲ୍ଲାକା ଏବଂ ବିଧାୟକ ସନ୍ତୋଷ ସିଂ ସାଲୁଜା ପ୍ରମୁଖଙ୍କୁ ସାମିଲ କରାଯାଇଛି ।

ଗତ ଫେବ୍ରୁଆରୀ ୧୦ ତାରିଖରେ ଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୭୬ ବ୍ୟାଚର ଏହି ପୂର୍ବତନ ଆଇଏଏସ୍ ଅଧିକାରୀ ୨୦୦୪ରୁ ୨୦୧୦ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରିନ୍ସିପାଲ ସେକ୍ରେଟାରୀ ଭାବେ କାମ କରିଥିଲେ । ୨୦୧୦ ମସିହା ସେପ୍ଟେମ୍ବର ମାସରେ ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ । ୨୦୧୩ରେ ସେ ଅବସର ନେଇଥିଲେ।

Advertisment

 

Congress AICC Bijay Pattnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ