Advertisment

ନବୀନଙ୍କ ମନ୍ତ୍ରିମଣ୍ତଳରେ ସାମିଲ ହେଲେ ୩ ନୂଆ ମନ୍ତ୍ରୀ

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଅଦ୍ୟତନ ହୋଇଛି
Odisha Cabinet Reshuffle 2023

Cabinet Ministers

Advertisment

ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ ହୋଇଛି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାର୍ଣ୍ତି ଆଜି କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ପଦ ଓ ଗୋପନୀୟତାର ଶପଥ କରାଇଲେ ରାଜ୍ୟପାଳ ଗଣେଷୀ ଲାଲ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

Advertisment

ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଓ ପରେ ଗତ ୧୨ ତାରିଖରେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଏବଂ ଦୁଇ ମନ୍ତ୍ରୀ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ରୁ କଲ୍ ପାଇବା ପରେ ବିକ୍ରମ ଆରୁଖ ପ୍ରତିକ୍ରିୟା ରଖି କହିଛନ୍ତି, ନବୀନଙ୍କ ନିକଟରେ ସେ କୃତଜ୍ଞ। ତେବେ ଯେଉଁ ବିଭାଗ ମିଳିବ ଆନ୍ତରିକତାର ସହ ଦାୟିତ୍ୱ ତୁଲାଇବି ବୋଲି ସେ କହିଛନ୍ତି।

ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଉପରେ ମୁଖ୍ୟମନ୍ତ୍ରୀ ଆସ୍ଥା ପ୍ରକଟ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛନ୍ତି। ଓଡ଼ିଶାବାସୀଙ୍କ ସେବାର ସୁଯୋଗ ପାଇବା ସୌଭାଗ୍ୟର ବିଷୟ।

Advertisment

ବିକ୍ରମ ଆରୁଖ:

ବିକ୍ରମ ଆରୁଖ, ଗଞ୍ଜାମ ଜିଲ୍ଲାରେ ଜଣେ ଟାଣୁଆ ନେତା ଓ ବିଜେଡି ସଂଗଠକ ଭାବେ ବେଶ୍‌ ପରିଚିତ।
ବିକ୍ରମ କେଶରୀ ଆରୁଖ ଲଗାତାର ୬ ଥର ଭଞ୍ଜନଗରରୁ ନିର୍ବାଚିତ ହୋଇଛନ୍ତି। 
କଂଗ୍ରେସ ଗଡ଼ରେ ୧୯୯୫ ମସିହାରେ ବିଧାୟକ ଭାବେ ପ୍ରଥମ ଥର ପାଇଁ ଜନତା ଦଳ ଟିକେଟରେ ସେ ନିର୍ବାଚିତ ହୋଇଥିଲେ।
ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୪, ୨୦୧୯ ଏପରି ୬ ଥର ବିଧାୟକ ହୋଇଛନ୍ତି।
ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସମେତ ବିଜେଡି ସରକାରରେ ଏକାଧିକ ଦାୟିତ୍ୱ ତାଙ୍କ ପାଖରେ ଥିଲା
ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ସଂଗଠନ ଦାୟିତ୍ୱରେ ବି ଥିଲେ ଆରୁଖ 
ପ୍ରଦୀପ ପାଣିଗ୍ରାହୀଙ୍କ ପରେ ଗଞ୍ଜାମ ଜିଲ୍ଲାରେ ବିଜେଡିର ସଂଗଠନ ଦୁର୍ବଳ ହୋଇଥିବା ଚର୍ଚ୍ଚା ହେଉଛି। ତେଣୁ ଏହାକୁ ସମ୍ଭାଳିବାକୁ ବିକ୍ରମ ଆରୁଖଙ୍କୁ ଗୁରୁ ଦାୟିତ୍ୱ  ମିଳିପାରେ।

ସାରଦା ପ୍ରସାଦ ନାୟକ: 

ସାରଦା ପ୍ରସାଦ ନାୟକ, ପଶ୍ଚିମ ଓଡ଼ିଶାରେ ବିଜୁ ଜନତା ଦଳର ଏକ ଜଣାଶୁଣା ଚେହେରା। ଏବେ ରାଉରକେଲାରୁ ସେ ବିଧାୟକ ଅଛନ୍ତି।
୬୪ ବର୍ଷୀୟ ସାରଦା ୨୦୦୪ରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ଏହାପରେ ୨୦୦୯ ଏବଂ ୨୦୧୯ରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ।
୨୦୦୯ରୁ ୨୦୧୨ ପର୍ଯ୍ୟନ୍ତ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ସାରଦା ନାୟକ।
ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି

Advertisment

ସୁଦାମ ମାର୍ଣ୍ଡି:

ସୁଦାମ ମାର୍ଣ୍ଡି, ଏବେ ମୟୂରଭଞ୍ଜ ଜିଲ୍ଲାର ବିଜେଡି ସଭାପତି ଅଛନ୍ତି। 
ସେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ୨ଥର ମନ୍ତ୍ରୀ ମଧ୍ୟ ହୋଇଛନ୍ତି।
ପୂର୍ବରୁ ରାଜସ୍ୱ ଓ ପ୍ରଶମନ ବିଭାଗ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ ସୁଦାମ ମାର୍ଣ୍ଡି।
ପୂର୍ବରୁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବା JMM ଟିକେଟରୁ ଲଢି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ଏହାପରେ ବିଜେଡି ଟିକେଟରୁ ଲଢି ସେ ବିଧାନସଭାକୁ ଯାଇଛନ୍ତି।

Cabinet Reshuffle Cabinet Ministers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ