• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି । ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ ।ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଜନଗରରୁ ୬ ଥର ବିଧାୟକ ବିକ୍ରମ କେଶରୀ ଆରୁଖ ଏବେ ବାଚସ୍ପତି ଦାୟିତ୍ୱ ନିର୍ବାହ କରିବେ ।

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥତା ପାଇଁ ଗତ ୪ ତାରିଖରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ବାଚସ୍ପତି ନିର୍ବାଚନର ଆବଶ୍ୟକତା ପଡ଼ିଥିଲା । ଗତ ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ । ଆଉ ଏଥି ପାଇଁ ଆଜି ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିଲା । ବିଧାନସଭାରେ ସମସ୍ତ ବିଧାୟକମାନଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ରହିଥିଲା ।

ତେବେ କେବଳ ବିଜେଡି ପାଖରେ ସଂଖ୍ୟା ଥିବାରୁ ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନଥିଲେ । ତେଣୁ ବିକ୍ରମ କେଶରୀ ଆରୁଖ ଆଜି ବିଧିବଦ୍ଧ ଭାବେ ନିର୍ବାଚିତ ହେବା ସହ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।