Amaresh Jena
ଆହୁରି ତେଜିଲା ଭୁବନେଶ୍ବର ବିଜେଡି କନ୍ଦଳ । ବିଏମସିର ଦୁଇ ବିଜେଡି କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ମହାସୁପକାରଙ୍କୁ ଦଳର ସୋ-କଜ୍ ନୋଟିସ୍ ପରେ ଆଜି ଏ ଦୁହେଁ ଧୁମ୍ ବର୍ଷିଛନ୍ତି । ନାଁ ନନେଇ ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ପୂର୍ବତନ ବିଧାୟକ ଅଶୋକ ପଣ୍ଡାଙ୍କ ଉପରେ ଗର୍ଜିଛନ୍ତି ଅମରେଶ ଓରଫ ବାୟାଁ ଓ ବିରଞ୍ଚି ଓରଫ ଲିଟୁ ।
ଅଧିକ ପଢ଼ନ୍ତୁ: ‘ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ, ସେ ପର୍ଯ୍ୟନ୍ତ ବିଜେଡି ଆସିବନି’
ଆଜି ଦୁହେଁ କହିଛନ୍ତି ଜିଲ୍ଲା ସଭାପତିଙ୍କୁ ସୋ-କଜ୍ ନୋଟିସର ଉତ୍ତର ଦିଆଯାଇଛି । ହେଲେ ଯାହାଙ୍କ କଥାରେ ନୋଟିସ୍ ହୋଇଛି, ଯିଏ ଆମ ନାଁରେ ନୋଟିସ୍ କରାଇଛନ୍ତି ସେମାନଙ୍କୁ ବି ସୋ କଜ୍ ନୋଟିସ୍ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଉ । ଆମ ଦୁଇ ଜଣଙ୍କୁ ସେମାନେ ଦଳରୁ ଅଲଗା କରିବାକୁ ଚାହୁଁଛନ୍ତି କହି ଟାର୍ଗେଟ୍ କରିବା ସହ, ଦଳର ସଭାପତିଙ୍କୁ ଏ ବାବଦରେ ପୁଙ୍ଖାନୁପୁଙ୍ଖ ଭାବେ ଲେଖି ଜଣାଇ ଦିଆଯାଇଥିବା କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728982582.jpg)