Advertisment

ମିଳିଲା ବିଜେଡି ନେତାଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ରେ କରିଥିଲେ ଏମିତି ପୋଷ୍ଟ୍‌...

ବିଜେଡି ନେତାଙ୍କ ସନ୍ଦେହହଜନକ ମୃତ୍ୟୁ। ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
BJD Leader Dharmendra Sahoo found hanging

BJD Leader Dharmendra Sahoo found hanging

ବିଜେଡି ନେତାଙ୍କ ସନ୍ଦେହହଜନକ ମୃତ୍ୟୁ। ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ଭୁବନେଶ୍ୱର ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ଧର୍ମେନ୍ଦ୍ରଙ୍କର ମୃତଦେହ ଉଦ୍ଧାର କରାଯାଇଛି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ।

Advertisment

ସୂଚନାଥାଉ କି, କିଛି ଦିନ ପୂର୍ବରୁ ଧର୍ମେନ୍ଦ୍ର ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଥିଲେ। ଏହାପରେ ତାଙ୍କୁ  ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ। ପାରିବାରିକ କଳହକୁ କେନ୍ଦ୍ରକରି ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ।  ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। 

ସବୁଠାରୁ ବଡ଼ କଥା, ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଧର୍ମେନ୍ଦ୍ରଙ୍କର ଫେସ୍‌ବୁକ୍‌ ପେଜ୍‌ରେ ପୋଷ୍ଟ ହୋଇଥିବା ଏକ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଯେଉଁଥିରେ ଲେଖା ହୋଇଛି- ‘ମୋ ଫୋନ୍ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ’। ତେଣୁ ତାଙ୍କ ମୃତ୍ୟୁ ସହ ଏହି ପୋଷ୍ଟର କଣ ସମ୍ପର୍କ ରହିଛି ? ଫୋନ୍‌ରେ ତାଙ୍କର କେଉଁ ଦୁଇଟି ଭିଡିଓ ରହିଛି, ତାକୁ ନେଇ ସସ୍‌ପେନ୍ସ ସୃଷ୍ଟି ହୋଇଛି।

Advertisment
BJD Leader's Facebook Post Viralଭାଇରାଲ୍‌ ହେଉଛି ଧର୍ମେନ୍ଦ୍ର ସାହୁଙ୍କ ଫେସ୍‌ବୁକ୍‌ ପୋଷ୍ଟ୍‌

ସୂଚନାଥାଉ କି, ଧର୍ମେନ୍ଦ୍ରଙ୍କ ଘର ପୁରୀ ଜିଲ୍ଲା ଗୋପ ବ୍ଲକ୍ ଅନ୍ତର୍ଗତ ଖଣ୍ଡିଆକୁଦ ଗାଁରେ। ତେବେ ସେ ଭୁବନେଶ୍ୱରରେ ବ୍ୟବସାୟ କରିବା ସହ ପରିବାର ସହ ଭୁବନେଶ୍ୱରରେ ରହୁଥିଲେ।

BJD Leader BJD Leader Found Dead BJD Leader Dharmendra Sahoo Death
Advertisment
Advertisment