ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା, ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର

ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ।

Sujeet Kumar

ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼ ଝଟକା ଲାଗିବାରେ ଲାଗିଛି । ଦଳକୁ ବାଏ ବାଏ କହୁଛନ୍ତି ବଡ଼ ନେତା । ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଉ ଜଣେ ବିଜେଡି ସାଂସଦ । ସାଂସଦ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ ମମତା ମହାନ୍ତ ମଧ୍ୟ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । 

ସେପଟେ ସୁଜିତ କୁମାରଙ୍କୁ ବିଜେଡିରୁ ବହିଷ୍କୃତ କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରିଛି ଦଳ ।ବିଜେଡିରୁ ବହିଷ୍କାର ପରେ ବିଜେପି ଅଫିସରେ ପହଞ୍ଚିଛନ୍ତି ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଜେପିରେ ଯୋଗଦେଇପାରନ୍ତି କୁହାଯାଉଛି ।