/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728551370.jpg)
Jajpur BJD
ଯାଜପୁର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ନେତା ଅମର ଶତପଥୀଙ୍କ ଅନୁପସ୍ଥିତିକୁ ନେଇ ବଢ଼ିଲା ଚର୍ଚ୍ଚା। ବୈଠକକୁ ଡକା ଯାଇନଥିଲା ନା ବୈଠକକୁ ଗଲେନି ଅମର। ଏହାକୁ ନେଇ ଅନେକ ଚର୍ଚ୍ଚା ଓ ଆଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ଅମର ଶତପଥୀ।
Advertisment
ବିଜେଡିର ବରିଷ୍ଠ ନେତା ଅମର ଶତପଥୀ କହିଛନ୍ତି ମୁଁ ଏଭଳି ରାଜନୈତିକ କାର୍ଯ୍ୟକ୍ରମରୁ କିଛିଦିନ ହେଲା ନିଜକୁ ନିବୃତ୍ତ ରଖିଛି । ଦଳ ଅଣଦେଖା କରୁଛି କି ବୋଲି ସାମ୍ବାଦିକଙ୍କ ପ୍ରଶ୍ନରେ ଅମର କହିଛନ୍ତି ମୁଁ ସେ ସମ୍ପର୍କରେ କିଛି ମତାମତ ଦେବାକୁ ଚାହୁଁନି । ଦଳ ସେ ବିଷୟରେ କହି ପାରିବ।
ଏହା ପୂର୍ବରୁ ଅକ୍ଟୋବର ୨ ତାରିଖରେ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ବେଳେ ବଡ଼ଚଣାରେ ତିନି ଗୋଷ୍ଠୀ ଭିନ୍ନ ଭିନ୍ନ ପଦଯାତ୍ରାରେ ଆସି ଗାନ୍ଧୀ ମୂର୍ତ୍ତିରେ ମାଲ୍ୟାର୍ପଣ କରିଥିବା ଦେଖିବାକୁ ମିଳିଥିଲା । ଅମର ଶତପଥୀ, ବର୍ଷା ପ୍ରିୟଦର୍ଶିନୀ ଓ ରାଜ ନାରାୟଣ ମହାପାତ୍ର ଭିନ୍ନ ଭିନ୍ନ ପଦଯାତ୍ରା କରିଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)