Advertisment

‘ତା’ର ସବୁବେଳେ ଟଙ୍କା ଦରକାର ହେଉଥିଲା, ମୋ ଝିଅକୁ ଟର୍ଚର କରୁଥିଲା’

କେଉଁ ପରିସ୍ଥିତିରେ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
BJD Zilla Parishad member found hanging

BJD Zilla Parishad member found hanging

ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ପରେ ମୃତ୍ୟୁକୁ ନେଇ ସସ୍‌ପେନ୍ସ ସୃଷ୍ଟି ହୋଇଛି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ। ଆଜି ସକାଳୁ ଭୁବନେଶ୍ୱର ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ଧର୍ମେନ୍ଦ୍ରଙ୍କର ମୃତଦେହ ଉଦ୍ଧାର କରାଯାଇଛି। 

Advertisment

ସବୁଠାରୁ ବଡ଼ କଥା, ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଧର୍ମେନ୍ଦ୍ରଙ୍କର ଫେସ୍‌ବୁକ୍‌ ପେଜ୍‌ରେ ପୋଷ୍ଟ ହୋଇଥିବା ଏକ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଯେଉଁଥିରେ ଲେଖା ହୋଇଛି- ‘ମୋ ଫୋନ୍ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ’। ତେଣୁ ତାଙ୍କ ମୃତ୍ୟୁ ସହ ଏହି ପୋଷ୍ଟର କଣ ସମ୍ପର୍କ ରହିଛି ? ଫୋନ୍‌ରେ ତାଙ୍କର କେଉଁ ଦୁଇଟି ଭିଡିଓ ରହିଛି, ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ଧର୍ମେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ତାଙ୍କ ଶ୍ୱଶୁର କହିଛନ୍ତି ଯେ, ‘ସେ(ଧର୍ମେନ୍ଦ୍ର ସାହୁ) ମୋ ଝିଅକୁ ବହୁତ ଟର୍ଚର କରୁଥିଲା। ତାଙ୍କୁ ଖାଲି ଟଙ୍କା ଦରକାର ହେଉଥିଲା। ଗତକାଲି ସେ ତାଙ୍କ ପୁତୁରାଙ୍କୁ ଗାଳିଗୁଲଜ କରିଥିଲେ। ଫଳରେ ତାଙ୍କ ପୁତୁରା ଘରୁ ପଳାଇ ଯାଇଥିଲା।’

Advertisment

ସୂଚନାଥାଉ କି, ଧର୍ମେନ୍ଦ୍ରଙ୍କ ଘର ପୁରୀ ଜିଲ୍ଲା ଗୋପ ବ୍ଲକ୍ ଅନ୍ତର୍ଗତ ଖଣ୍ଡିଆକୁଦ ଗାଁରେ। ତେବେ ସେ ଭୁବନେଶ୍ୱରରେ ବ୍ୟବସାୟ କରିବା ସହ ପରିବାର ସହ ଭୁବନେଶ୍ୱରରେ ରହୁଥିଲେ।

BJD Leader Dharmendra Sahoo Death BJD Zilla Parishad Member Death BJD Leader BJD Leader Found Dead
Advertisment
Advertisment