/odishatv-khabar/media/post_attachments/uploadimage/library/16_9/16_9_0/ss_1702004932.jpg)
BJP brainstorms over CM pick in 3 states
ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ କିଏ ହେବେ ମୁଖ୍ୟମନ୍ତ୍ରୀ ? ଏନେଇ ବିଜେପି ଶୀର୍ଷ ନେତୃତ୍ୱରେ ମାନସ ମନ୍ଥନ ଚାଲିଛି । ବିଳମ୍ବିତ ରାତିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ମଧ୍ୟରେ ଆଲୋଚନା ହୋଇଛି ।
ଏହାସହ ଅମିତ ଶାହ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୃଥକ ପୃଥକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ କରିବାକୁ ଦଳ ପର୍ଯ୍ୟବେକ୍ଷକ ନିଯୁକ୍ତ କରିପାରେ ବୋଲି ଜଣାପଡ଼ିଛି ।
ଏହି ପର୍ଯ୍ୟବେକ୍ଷକମାନେ ତିନି ରାଜ୍ୟ ଯାଇ ନିର୍ବାଚିତ ହୋଇଥିବା ବିଧାୟକଙ୍କ ସହ ଆଲୋଚନା କରିବେ । ଏହାରି ଭିତରେ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କୁ ଭେଟିଛନ୍ତି କିଛି ତୁଙ୍ଗ ନେତା । ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଦିଲ୍ଲୀରେ ହାଇକମାଣ୍ଡଙ୍କୁ ଭେଟିଛନ୍ତି ।
ଛତିଶଗଡରୁ ବିଧାୟିକା ନିର୍ବାଚିତ ହୋଇଥିବା କେନ୍ଦ୍ରମନ୍ତ୍ରୀ ରେଣୁକା ସିଂ ମଧ୍ୟ ଆଜି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଛନ୍ତି । ଛତିଶଗଡ ମୁଖ୍ୟମନ୍ତ୍ରୀ ରେସ୍ରେ ରେଣୁକା ସିଂ ଥିବା ଚର୍ଚ୍ଚା ହେଉଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)