Advertisment

ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ମାଡ଼ ମାରି ମୁହଁ ଫଟାଇ ଦେଲେ ବିଜେଡି ସମର୍ଥକ !

ବାରିପଦାରେ ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଳା ପତାକା ପ୍ରଦର୍ଶନ ଉଦ୍ୟମ ବେଳେ ନିସ୍ତୁକ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
BJP, JMM workers Thrashed

BJP, JMM workers Thrashed

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଳା ପତାକା ପ୍ରଦର୍ଶନ ଉଦ୍ୟମ ବେଳେ ନିସ୍ତୁକ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ କାର୍ଡ ବାଣ୍ଟିବାକୁ ଆସିଥିବା ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ବେଳେ ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ନିସ୍ତୁକ ମାଡ଼ ମରା ଯାଇଛି। 

Advertisment

ହେଲିପ୍ୟାଡ୍ ପାଖରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ଦେଖାଇବାକୁ ଉଦ୍ୟମ କରୁଥିବା ବେଳେ ୨ ଯୁବକଙ୍କୁ ବିଜେଡି ସମର୍ଥକ ନିସ୍ତୁକ ମାଡ଼ ମାରିଥିଲେ ବୋଲି ସୂଚନା ମିଳିଛି। ବିଜେଡି ସମର୍ଥକଙ୍କ ମାଡ଼ରେ ଜଣେ ବିଜେପି ଓ ଜଣେ ଜେଏମ୍ଏମ୍ କର୍ମୀଙ୍କ ମୁହଁ ଫାଟି ଯାଇଥିବା ଜଣାପଡ଼ିଛି।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ବାରିପଦାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ମାର୍ଟ ହେଲ୍‌ଥ୍‌ କାର୍ଡ ବଣ୍ଟନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ପାଖାପାଖି ୨,୫୦୦ କୋଟି ଟଙ୍କାର ୫୩୪ଟି ଜନ କଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏଥିରେ ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟସେବା, ସଡକ ଓ ପୋଲ ନିର୍ମାଣ, ବିଦ୍ୟୁତ୍‌ ଶକ୍ତି ସହ ନଗର ଉନ୍ନୟନ ବିଭାଗର ପ୍ରକଳ୍ପ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।  

BJD BJP JMM Workers
Advertisment
Advertisment