• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସମୀର ଦେ’ଙ୍କ ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି । ତେବେ ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର । ନିମୋନିଆ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ ବରିଷ୍ଠ ବିଜେପି ନେତା ସମୀର ଦେ’ ।

ଅଧିକ ପଢ଼ନ୍ତୁ: ଗାଁରେ ଭାଙ୍ଗୁଛି କି ଶଙ୍ଖ ଦଳର ସଂଗଠନ ବନ୍ଧ ?

କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରେ ମେଣ୍ଟ ସରକାର ସମୟରେ ମଧ୍ୟ ସେ ନଗର ଉନ୍ନୟନ ମନ୍ତ୍ରୀ ହୋଇଥିଲେ । ଏହାପରେ ୨୦୦୪ରେ ମସିହାରେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ । ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିବା ବେଳେ ରେଭେନ୍ସା କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା । ସେ ବିଜେପିର ଜଣେ ଟାଣୁଆ ସଂଗଠକ ଥିଲେ । ଛାତ୍ର ଜୀବନରୁ ସେ ବହୁ ସାମାଜିକ ଅନୁଷ୍ଠାନ ଓ ସଂଗଠନ ସହ ଜଡ଼ିତ ଥିଲେ । ରାଜ୍ୟ ବିଜେପିର ଉପସଭାପତି ମଧ୍ୟ ଥିଲେ । ବିଭିନ୍ନ କ୍ରୀଡା ସଂଗଠନର ନେତୃତ୍ୱ ନେଇଥିଲେ । ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍‌ର ସଭାପତି ଥିଲେ । ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

ଅଧିକ ପଢ଼ନ୍ତୁ: ବିଜେପି ଅନାସ୍ଥା ଅସ୍ତ୍ରରେ ପୁଣି ଚିତପଟାଙ୍ଗ ବିଜେଡି, ହାତରୁ ଗଲା ଢେଙ୍କାନାଳ ସଦର ବ୍ଲକ

ସମୀର ଦେଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ‘ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ । ୧୯୯୫ ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର ପକାଇ ଥିଲେ । ୨୦୦୦ ଓ ୨୦୦୪ରେ ମନ୍ତ୍ରୀ ଭାବରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିଥିଲେ । ତାଙ୍କର ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ, ସମଗ୍ର ଓଡ଼ିଶା ପାଇଁ ଏକ ବିରାଟ କ୍ଷତି । ଏହି ଦୁଃଖକୁ ଶଯ୍ୟ କରିବାପାଇଁ ତାଙ୍କ ପରିବାରକୁ ମହାପ୍ରଭୁ ଅସୀମ ଶକ୍ତି ଦିଅନ୍ତୁ। ଏହା ହିଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା’ ବୋଲି ପ୍ରଭାତୀ ପରିଡ଼ା ଲେଖିଛନ୍ତି l

OTV is now on Whatsapp

Join and get latest news update delivered to you via whatsapp

Join Now