/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724240185.jpg)
Rajya Sabha election
ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ସେ ନାମାଙ୍କନ ଭରିଛନ୍ତି । ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ମମତା ମହାନ୍ତ ରାଜ୍ୟସଭା ପାଇଁ ନାମାଙ୍କନ କରିଥିଲେ ।
ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମମତା ମହାନ୍ତ । ଆଜି ବିଧାନସଭାରେ ସେ ନାମାଙ୍କନ ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉଷେଣ୍ଡିଙ୍କ ସହ ମମତା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କର ପ୍ରଥମ ପ୍ରସ୍ତାବକ ଥିଲେ ।
ଅଧିକ ପଢ଼ନ୍ତୁ: ମମତା ମହାନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ
ସୂଚନାଯୋଗ୍ୟଯେ, ମୟୁରଭଞ୍ଜ କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତଙ୍କୁ ଗତକାଲି ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ୩ ଏପ୍ରିଲ ୨୦୨୦ରେ ମମତା ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨ ଏପ୍ରିଲ ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିଥାନ୍ତା । ହେଲେ ୨୧ ମାସ ପୂର୍ବରୁ ରାଜ୍ୟସଭା ସଦସ୍ୟ ପଦ ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ । ବିଜେଡିରୁ ଇସ୍ତଫା ପରେ ସେ ବିଜେପିରେ ସାମିଲ ହୋଇଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)