• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବିଜେପି ପକ୍ଷରୁ ପଦ୍ମପୁର ଉପନିର୍ବାଚନ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରାଯାଇଛି । ଏଥିରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ସାମିଲ କରାଯାଇଛି । ଏହି ତାଲିକାରେ ଚାରିଜଣ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ଡା ଓ ବିଶ୍ୱେଶ୍ୱର ଟୁଡୁ ସ୍ଥାନ ପାଇଛନ୍ତି ।

ସେହିପରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ ପ୍ରଚାର ମଇଦାନକୁ ଓହ୍ଲାଇବେ । ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି ।

ସେପଟେ ବିଜେଡି ପକ୍ଷରୁ ମଧ୍ୟ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ୪୦ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କରିଛି । ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇ ବିବାଦୀୟ ନେତା ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନା ମଧ୍ୟ ତାଲିକାରେ ସାମିଲ କରାଯାଇଛି ।

ସେହିପରି ଧାମନଗର ପରାଜୟ ପରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବିଧାୟକ ବ୍ୟୋମକେଶ ରାୟ ଓ ପ୍ରଣବ ବଳବନ୍ତ ରାୟ ଷ୍ଟାର ପ୍ରଚାରକ ତାଲିକାରୁ ବାଦ ଦିଆଯାଇଛି । ସାଂସଦ ଅନୁଭବ ମହାନ୍ତି ଏଥର ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରୁ ବାଦ ପଡିଛନ୍ତି ।