• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ ।

  • ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ।

  • ୨୦ ତାରିଖ ପର୍ଯ୍ୟନ୍ତ ସପ୍ତାହେ ବ୍ୟାପୀ ଆନ୍ଦୋଳନ ।

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ଆରମ୍ଭ କରିଛି ବିଜେପି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସପ୍ତାହେ ବ୍ୟାପୀ ସବୁ ବିଦ୍ୟୁତ ଅଫିସ ଆଗରେ ଦଳ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି । ରାଜ୍ୟବାସୀଙ୍କୁ ଭୂଆଁ ବୁଲାଇ ବିଦ୍ୟୁତ କଂପାନୀ ମନଇଚ୍ଛା ବିଜୁଳି କାଟୁଛନ୍ତି, ତାସହ କରୋନା କାଳରେ ଲୋକଙ୍କ ଉପରେ ବିଦ୍ୟୁତ ଦରବୃଦ୍ଧି ଲଦି ଦିଆଯାଉଥିବା ଅଭିଯୋକ କରିଛି ବିଜେପି । ଯାହାର ପ୍ରତିବାଦ ସ୍ୱରୁପ ଆଜିଠୁ ଆନ୍ଦୋଳନ ଆରମ୍ଭ କରିଛି ।

ସେପଟେ ତେଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଶୋଭାଯାତ୍ରା କରିଛି । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଶତାଧିକ ସଂଖ୍ୟାରେ କଂଗ୍ରେସ କର୍ମୀ ଏକାଠି ହୋଇ ଶୋଭାଯାତ୍ରା କରିଛନ୍ତି । ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରତିବାଦ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି କର୍ମୀ । ଏଥିରେ ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ମାଝୀ, ସୁର ରାଉତରାୟ ପ୍ରମୁଖ ସାମିଲ ହୋଇଥିଲେ । ସେହିଭଳି ମହିଳା କଂଗ୍ରେସ ପକ୍ଷରୁ ମଧ୍ୟ ପ୍ରତିବାଦ ଶୋଭାଯାତ୍ରା ବାହାରିଛି । ଶୋଭାଯାତ୍ରାରେ ବହୁ ସଂଖ୍ୟାରେ ମହିଳା କର୍ମୀ ସାମିଲ ହୋଇଥିଲେ ।

ସେପଟେ, ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ମଧ୍ୟ ଓଡ଼ିଶା ବନ୍ଦ ଡାକରା ଦେଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ । ବନ୍ଦକୁ ସଫଳ କରିବାକୁ ଗତକାଲି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା । ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି । ତୈଳଦର ସହ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ପ୍ରତିବାଦ କରି ବାମ ଦଳ ଏହି ବନ୍ଦ ଡାକରା ଦେଇଛି । ଦରବୃଦ୍ଧି କମାଇବାକୁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛି ସଂଗଠନ ।

ସେହିପରି ରାଉରକେଲାରେ ମଧ୍ୟ ଗତକାଲି ଓଡ଼ିଶା ବନ୍ଦ ଡାକରା ଆହ୍ୱାନରେ ରାଲି କରାଯାଇଥିଲା । ସହରର ବିଭିନ୍ନ ସ୍ଥାନରେ ବାଇକ ରାଲି ସହ ଶୋଭାଯାତ୍ରାରେ ଯାଇ ଓଡ଼ିଶା ବନ୍ଦକୁ ସଫଳ କରିବାକୁ ଆହ୍ୱାନ କରିଥିଲା ବାମପନ୍ଥୀ ସଂଗଠନ ।

ତେବେ ପୂର୍ବରୁ ପେଟ୍ରୋଲ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଜୁଲାଇ ୭ ତାରିଖରୁ ୧୭ ପର୍ଯ୍ୟନ୍ତ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ୯ ତାରିଖରେ ଜିଲ୍ଲା ସ୍ତରରେ ଧାରଣ ଦିଆଯାଇଥିଲା ଏବଂ ୧୪ ତାରିଖରେ ଭୁବନେଶ୍ୱରରେ ବିକ୍ଷୋଭ କରାଯିବା ନେଇ ନିଷ୍ପତ୍ତି ନେଇଥିଲା ଦଳ । ଆଗରୁ ଏହି ସୂଚନା ଦେଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।