Advertisment

କାଲି ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଆଜି ସକାଳୁ ମନ୍ଦିର ବେଢା ଓଳାଇଲେ ଦ୍ରୌପଦୀ ମୁର୍ମୁ

ଏନ୍‌ଡିଏ ଓ ବିରୋଧୀ ମେଣ୍ଟ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି। ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ୱନ୍ତ ସିହ୍ନା ବିରୋଧୀ ପକ୍ଷର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।

ଅଦ୍ୟତନ ହୋଇଛି
BJP's Presidential candidate Draupadi Murmu visits temple

BJP's Presidential candidate Draupadi Murmu visits temple

Advertisment

ଏନ୍‌ଡିଏ ଓ ବିରୋଧୀ ମେଣ୍ଟ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି। ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ୱନ୍ତ ସିହ୍ନା ବିରୋଧୀ ପକ୍ଷର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଗତକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ବିଜେପି ସଂସଦୀୟ ଦଳ ବୈଠକରେ ଦ୍ରୌପଦୀଙ୍କ ନାଁ ଘୋଷଣା କରାଯିବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଥିଲେ। 

Advertisment

ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା ପରେ ଆଜି ରାଇରଙ୍ଗପୁରର ବିଭିନ୍ନ ମନ୍ଦିରରେ ସେ ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଛି। ସକାଳୁ ସକାଳୁ ମନ୍ଦିର ବେଢା ଓଳାଇବା ସହ ଦ୍ରୌପଦୀ ମୁର୍ମୁ ପୂଜାର୍ଚ୍ଚନା କରିଛନ୍ତି। ପୂର୍ଣ୍ଣେଶ୍ୱର ଶିବ ମନ୍ଦିର, ହନୁମାନ ମନ୍ଦିର, ଜଗନ୍ନାଥ ମନ୍ଦିରରେ ଭଗବାନଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହାସହ ସେ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ଯାଇ ସେ ଆଲୋଚନା କରିଛନ୍ତି। ଦିନ ୧୧ଟାରୁ ସାଢ଼େ ୧୧ଟା ୩୦ ମଧ୍ୟରେ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି।

ଦେଶର ପ୍ରମୁଖ ଆଦିବାସୀ ମହିଳା ଚେହେରା ଦ୍ରୌପଦୀ ମୁର୍ମୁ ଖୁବ୍‌ ଜଣାଶୁଣା। ପୂର୍ବରୁ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଥିଲେ। ତା’ ପୂର୍ବରୁ ଦ୍ରୌପଦୀ ମୁର୍ମୁ ଓଡ଼ିଶା ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ। ଶିକ୍ଷୟିତ୍ରୀ ବୃତ୍ତିରୁ ରାଜନୀତିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ରାଜ୍ୟ ତଥା ଦେଶରେ ଖୁସିର ଲହରି ଖେଳିଯାଇଛି। ସେ ଯଦି ରାଇସେନା ହିଲ୍ସକୁ ନିର୍ବାଚିତ ହୁଅନ୍ତି ତେବେ, ସେ  ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବେ।

Advertisment

Presidential Candidate Draupadi Murmu Presidential Elections 2022 NDA Presidential Candidate Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ