• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଯାଜପୁର: ମତଦାନ କେନ୍ଦ୍ରରେ ପୋଲିସ୍‌କୁ ଛାଡ଼ିଲେନି । ବୁଥ୍ ଆଗରେ ପୋଲିସ ଉପରକୁ ଟେକାପଥର ମାଡ଼ କରାଯାଇଛି । ଏହି ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି । ବିଞ୍ଝାରପୁର ବ୍ଲକ ଜରି ପଞ୍ଚାୟତ ୧୪ ନମ୍ବର ବୁଥ୍ ଆଗରେ ଏହି ଆକ୍ରମଣ ହୋଇଛି । ବୁଥ୍ ରିଗିଂ ଉଦ୍ୟମକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରେ ଉତ୍ତେଜନା ଦେଖାଦେଇଥିଲା । ତେବେ ଉପସ୍ଥିତ ପୋଲିସ ଅଟକାଇବାରୁ ଟେକାପଥର ମାଡ଼ କରିଛନ୍ତି ଦୁର୍ବୃତ୍ତ ।

ସେପଟେ ଖବର ସଂଗ୍ରହ ବେଳେ ୩ ଜଣ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯାଜପୁର ଜିଲ୍ଲା ବିଞ୍ଝାରପୁର ବାଛଳ ପଞ୍ଚାୟତର ୨ ନଂ ବୁଥ୍‌ ନିକଟରେ ଦୁର୍ବୃତ୍ତମାନେ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି । ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିବା ବୈଦ୍ୟୁତିକ ଗଣମାଧ୍ୟମର ଏହି ୩ ଜଣ ସାମ୍ବାଦିକ ହେଲେ- ଦେବାଶିଷ ସାହୁ, ଗୁଲସନ ଅଲ୍ଲୀ ନୱାଜ ଓ ବିଜୟ ସାହୁ । ଦୁର୍ବୃତ୍ତମାନେ ବୁଥ୍ ରିଗିଂ ଉଦ୍ୟମ ବେଳେ ଏହି ସାମ୍ବାଦିକମାନେ ଖବର ସଂଗ୍ରହ କରୁଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ସାମ୍ବାଦିକଙ୍କୁ ନିର୍ଧୂମ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ସେହିପରି ଯାଜପୁର ବିଞ୍ଝାରପୁର ବ୍ଲକ ବାଛଳ ପଞ୍ଚାୟତ ୪ ନମ୍ବର ବୁଥ୍‌ରୁ ୪ଜଣ ଦୁର୍ବୃତ୍ତ ଭୋଟ୍‌ ବାକ୍ସ ଉଠାଇ ନେଇଥିବା ଅଭିଯୋଗ ହୋଇଛି।ଭୋଟ୍‌ ବାକ୍ସ ଉଠାଇବା ଫଳରେ ଘଟଣାସ୍ଥଳରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ଦ୍ୱାରା ଉତ୍ତେଜନା ଦେଖିବାକୁ ମିଳିଛି । ଉତ୍ତେଜନା କାରଣରୁ ବୁଥ୍‌ରେ ମତଦାନ ବନ୍ଦ ରହିଥିବା ଜଣାପଡିଛି ।