Election Commision
ଭୁବନେଶ୍ୱର: ଆସନ୍ତା ପୌର ନିର୍ବାଚନରେ ମହାନଗର ନିଗମର ମେୟର ପଦ ପାଇଁ ଲଢୁଥିବା ପ୍ରାର୍ଥୀ ସର୍ବାଧିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ସେହିପରି କର୍ପୋରେଟର୍ ପ୍ରାର୍ଥୀ ସର୍ବାଧିକ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ରାଜ୍ୟ ନିର୍ବାଚନ କମିଶନ ମହାନଗର ନିଗମ ନିର୍ବାଚନ ଲାଗି ଏହି ଖର୍ଚ୍ଚ ସୀମା ଧାର୍ଯ୍ୟ କରିଛନ୍ତି।
ସେହିପରି ୧ ଲକ୍ଷରୁ ଅଧିକ ଜନସଂଖ୍ୟା ଥିବା ମ୍ୟୁନିସିପାଲିଟିର ଚେୟାରମ୍ୟାନ ପ୍ରାର୍ଥୀ ୫ ଲକ୍ଷ ଏବଂ କାଉନସିଲର ୧ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ୫୦ ହଜାରରୁ ୧ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ମ୍ୟୁନିସିପାଲିଟିର ଚେୟାରମ୍ୟାନ୍ ପ୍ରାର୍ଥୀ ୩ ଲକ୍ଷ ଏବଂ କାଉନସିଲର ୭୫ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ।
ସେହିପରି ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ ମ୍ୟୁନିସିପାଲିଟି ଓ ଏନ୍ଏସିର ଚେୟାରମ୍ୟାନ୍ ପ୍ରାର୍ଥୀ ସର୍ବାଧିକ ୨ ଲକ୍ଷ ଏବଂ କାଉନସିଲର ୫୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ କୁହାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642488458.jpg)