Advertisment

CM Mohan Meets Naveen: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନବୀନ ନିବାସରେ ପହଞ୍ଚି ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ।

CM Mohan Majhi Meets Naveen Patnaik

CM Mohan Majhi Meets Naveen Patnaik

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଞ୍ଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଆଜି ତାଙ୍କ ପାଖରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିଛନ୍ତି । ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।

Advertisment

ଉଲ୍ଲେଖଯୋଗ୍ୟ, ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ  ନିଜେ ଯାଇ ନବୀନଙ୍କୁ ଭେଟିଛନ୍ତି । ଗତ ନିର୍ବାଚନ ଫଳାଫଳ ଆସିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ମଧ୍ୟ ନବୀନ ନିବାସ ଯାଇ ନବୀନଙ୍କୁ ଭେଟିଥିଲେ ମୋହନ ମାଝୀ । ଏଥିପାଇଁ ତାଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଥିଲା । 

ସୂଚନା ଥାଉ, ଗତକାଲି (ଶୁକ୍ରବାର) ନବୀନ ନିବାସରେ ତାଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା । ଦୀର୍ଘ ଦିନ ପରେ ନବୀନ ନିବାସକୁ ଆସିଥିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ବିଜେଡି ସଭାପତି ନବୀନ ପଟ୍ଟନାୟକ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ତାଙ୍କୁ ଭେଟିବା ଲାଗି ବଡ଼ ଭାଇ ନବୀନ ନିବାସରେ ପହଞ୍ଚିଥିବା କୁହାଯାଉଛି । ତେବେ ପ୍ରେମଙ୍କ ହଠାତ ଓଡିଶା ଗସ୍ତ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଛି । ନବୀନଙ୍କ ଉତ୍ତରାଧିକାରୀ ବାବଦରେ ଆଲୋଚନା ହୋଇଥିବା ମଧ୍ୟ ଅନେକ କହୁଛନ୍ତି ।

Advertisment
Naveen Patnaik BJD BJP Naveen Niwas Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ