ଦିଲ୍ଲୀ ଭେଟ୍‌ଘାଟରେ ମୋଦିଙ୍କୁ ସହାୟତା ମାଗିଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି ନବୀନ । ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି କହିଛନ୍ତି ନବୀନ ।

Naveen Patnaik Meets Modi

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ନିଜର ପ୍ରତିକ୍ରିୟା ରଖିଛନ୍ତି । ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ସେ କହିଛନ୍ତି । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା କହିଲେ ନବୀନ । ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କୁ ସହାୟତା ମାଗିଛନ୍ତି ନବୀନ । ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି ବୋଲି ନବୀନ ସ୍ପଷ୍ଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନବୀନ ଭେଟିଛନ୍ତି । କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଆଗକୁ ରାଷ୍ଟ୍ରପତି ନିର୍ବାଚନ ରହିଛି, ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରମ୍ବାର ଦିଲ୍ଲୀ ଗସ୍ତ, ରାଜ୍ୟ ରାଜନୀତିକୁ ସରଗରମ କରିଛି । ଜୁନ ୧ରେ ଭୁବନେଶ୍ୱର ଫେରିବେ ନବୀନ । କିଛି ଦିନ ପୂର୍ବରୁ ଅର୍ଥାତ ଏପ୍ରିଲ ୨୯ ତାରିଖରେ ୫ ଦିନିଆ ଗସ୍ତରେ ଯାଇଥିଲେ ନବୀନ ।