• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Kausik Mohapatra

ସାରା ବିଶ୍ୱରେ ରାଜ୍ କରୁଛି ଓଡ଼ିଶାର ମାଣ୍ଡିଆ ଜାତୀୟ ଦ୍ରବ୍ୟ । ପୂର୍ବରୁ ମାଣ୍ଡିଆ ନା ଶୁଣିଲେ ଲୋକେ ନାକ ଟେକୁଥିବା ବେଳେ ଏବେ କିନ୍ତୁ ମାଣ୍ଡିଆର ଚାହିଦା ବଢ଼ି ଯାଇଛି । ଭୁବନେଶ୍ୱରରେ ଆୟୋଜିତ ହେଉଛି ୨ ଦିନିଆ ଅନ୍ତର୍ଜାତୀୟ ପୃଷ୍ଟି ଶସ୍ୟ ସମ୍ମଳିନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ବିଶ୍ୱସ୍ତରରେ ମିଲେଟକୁ ପହଞ୍ଚାଇବାକୁ ଏହି ପ୍ରୟାସ ଆରମ୍ଭ କରାଯାଇଛି ।

ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀରେ ମିଲେଟ୍ ପଲିସି ରୋଡମ୍ୟାପ୍ ପ୍ରସ୍ତୁତ ହେବ । ମାଣ୍ଡିଆ ଚାଷୀଙ୍କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ସହ ଘରେଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି।

ଦୁଇଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ଖାଦ୍ୟ ମହୋତ୍ସବ, ମିଲେଟ୍ ଉପରେ କୁଇଜ ଓ ରନ୍ଧନ ପ୍ରତିଯୋଗିତା ହେବ। ଜାତିସଂଘର ବିଭିନ୍ନ ସଂସ୍ଥା, କୃଷି ସଂଗଠନ, ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ, ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ ।

ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍, ଖାତନାମା ସେଫ୍ ବିକାଶ ଖାନ୍ନା ପ୍ରମୁଖ ସାମିଲ ହେବେ । ବୈଜ୍ଞାନିକ ପଦ୍ଧତି ଏବଂ ପାରମ୍ପରିକ ଜ୍ଞାନକୌଶଳର ମିଶ୍ରଣରେ ଓଡ଼ିଶାର ୩୦ଟି ଜିଲ୍ଲାର ୧୭୭ ବ୍ଲକକୁ ସଂପ୍ରସାରଣ କରାଯାଇଛି ମିଲେଟ୍ ଚାଷ । ଦିନକୁ ଦିନ ମିଲେଟ ମିଶନ ସଫଳତାର ସିଡ଼ି ଚଢୁଛି । ଆଗମୀ ଦିନରେ ଏହି ପଲିସି ରୋଡମ୍ୟାପ୍ ବେଶ୍ ସହାୟକ ହେବ।

  • Reported by:
  • SOUMYA RANJAN SAHOO