Advertisment

ନିଜ ଶାସନରେ ଅପରାଧୀ ମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଉଛନ୍ତି ମୁଖ୍ୟମନ୍ତ୍ରୀ: ପୃଥ୍ୱୀରାଜ ହରିଚନ୍ଦନ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ଟାର୍ଗେଟ୍ କରିଛି। ସମ୍ବେଦନହୀନ ସରକାର, ମୁଖ୍ୟମନ୍ତ୍ରୀ ଧ୍ରୁତରାଷ୍ଟ୍ର ଭଳି ବସିଛନ୍ତି ବୋଲି କହିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ।

BJP Leader Prithviraj Harichandan

BJP Leader Prithviraj Harichandan

Advertisment

ଭୁବନେଶ୍ୱର: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ନେଇ ସାରା ରାଜ୍ୟ ରାଜନିତୀ ସରଗରମ ହେବାରେ ଲାଗିଛି। ବିଜେପି ନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଏସ୍‌ପି ଅଫିସ ସମ୍ମୁଖରେ ଧାରଣା ଦେଇଛି ବିଜେପି ମହିଳା ମୋର୍ଚ୍ଚା।

Advertisment

ଏହା ପୂର୍ବରୁ ବିଜେପି ମହିଳା ମୋର୍ଚ୍ଚାର କର୍ମୀମାନେ ପାର୍ଟି ଅଫିସରୁ କୋକେଇ ଶୋଭାଯାତ୍ରାରେ ଆସି ଏସ୍‌ପି ଅଫିସ ଆଗରେ ପହଞ୍ଚିଥିଲେ। ସେଠାରେ କର୍ଡନ ଭାଙ୍ଗି ଅପିସ ଭିତରକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ସହ ବିଜେପି କର୍ମୀଙ୍କ ଧସ୍ତାଧସ୍ତି ହୋଇଥିଲା। ମମିତା ମେହେର ହତ୍ୟା ମାମଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର ଓ ଘଟଣାର ଉଚିତ ତଦନ୍ତ ଦାବିରେ ବିଜେପି ମହିଳା ମୋର୍ଚ୍ଚା ଆନ୍ଦୋଳନ ଜୋରଦାର କରିଛି। 

ଅନ୍ୟପକ୍ଷେ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ଟାର୍ଗେଟ୍ କରିଛି। ସମ୍ବେଦନହୀନ ସରକାର, ମୁଖ୍ୟମନ୍ତ୍ରୀ ଧ୍ରୁତରାଷ୍ଟ୍ର ଭଳି ବସିଛନ୍ତି ବୋଲି କହିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ। ନିଜ ଶାସନରେ ଅପରାଧୀ ମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଉଛନ୍ତି ମୁଖ୍ୟମନ୍ତ୍ରୀ। ତୁରନ୍ତ ଦୋଷୀ ମନ୍ତ୍ରୀଙ୍କୁ ବହିଷ୍କାର ସହ CBI ତଦନ୍ତ ନିର୍ଦ୍ଦେଶ ନଦିଆଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ପୃଥ୍ୱୀରାଜ କହିଛନ୍ତି।

Advertisment

ସେହିପରି ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମକୁ ବର୍ଜନ କରାଯିବ ଓ ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମକୁ ବିରୋଧ ହେବ। ଏହାସହ ୮ ତାରିଖରେ ୩୧୪ଟି ସ୍ଥାନରେ ଦାଗୀ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯିବ ବୋଲି ବିଜେପି କହିଛି। ସେପଟେ, ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ମମିତା ମେହେର ହତ୍ୟାକାଣ୍ଡ ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତଙ୍କୁ ଖସାଇବା ପାଇଁ ଚେଷ୍ଟା କରୁଛି ପୋଲିସ। ଏପରିକି ଏସ୍‌ପି, ଡିଜିପି ଓ ଗୃହରାଷ୍ଟ୍ରମନ୍ତ୍ରୀ ମିଶି ଅଭିଯୁକ୍ତଙ୍କୁ ଖସାଇବା ଲାଗି ଷଡଯନ୍ତ୍ର କରିଥିବା କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। 

BJP Congress Mamita Meher Mamita Meher Murder Case Mamita Murder Case
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ