Advertisment

ନିର୍ବାଚନ ପୂର୍ବରୁ କଂଗ୍ରେସର ଘର ସଜଡ଼ା, ଦୁଇ ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ଉଠିଲା ନିଲମ୍ବନ

କଂଗ୍ରେସକୁ ଫେରିଲେ ୩ ବରିଷ୍ଠ ନେତା। ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ନିଲମ୍ବନ ହଟାଇଲା ଦଳ ।

suspension removed from 3 congress leaders

suspension removed from 3 congress leaders

Advertisment

ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସର ଘର ସଜଡ଼ା। ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ନିଲମ୍ବନ ହଟାଇଲା ଦଳ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଆଦେଶ ଉଠାଇଛି କଂଗ୍ରେସ। ନିଲମ୍ବନ ହଟିବା ନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର। ସେହିପରି କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ। ୨୦୧୯ରେ ଦଳରୁ ବହିଷ୍କୃତ ହୋଇଥିଲେ ସଗରିଆ।

Advertisment

ସୂଚନା ଅନୁସାରେ ୧୫ ଜୁଲାଇ ୨୦୨୩ରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ସସ୍‌ପେଣ୍ଡ କରିଥିଲା କଂଗ୍ରେସ। ସୂଚନା ଭବନରେ ଆୟୋଜିତ ‘ଜାନକୀ-ବସନ୍ତ ଯୋଡ଼ି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାରେ ଯୋଗ ଦେଇ ଉଭୟ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ଯେଉଁଥିପାଇଁ AICC ଶୃଙ୍ଖଳା କମିଟି ଉଭୟଙ୍କୁ ସସ୍‌ପେଣ୍ଡ କରିଥିଲା। ସେହିପରି କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୨୦୧୯ ଦଳ ବହିଷ୍କୃତ କରିଥିଲା। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଦଳ ଏହି ବରିଷ୍ଠ ନେତାଙ୍କ ଉପରୁ ଆଜି ନିଲମ୍ବନ ହଟେଇଛି।

Odisha Congress Mohammed Moquim Chiranjib Biswal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ