Advertisment

Congress Workers Protest: କଂଗ୍ରେସର ହାଇଡ୍ରାମା; ରାଜରାସ୍ତାରେ ରାତି କାଟିଲେ

୧୨ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କରିବା ପରେ ଜୋରଦାର ପ୍ରତିବାଦ କରିଛି କଂଗ୍ରେସ। ଗତକାଲି ବିଧାନସଭା ଭିତରେ ଓ ବାହାରେ ତମ୍ବିତଫାନ ପରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ବିଧାୟକ। ମାଷ୍ଟରକ୍ୟାଣ୍ଟିନ ଛକରେ ରାତିସାରା ଧାରଣାରେ ବସିଛନ୍ତି କଂଗ୍ରେସ ବିଧାୟକ। ସେମାନଙ୍କ ସହ କଂଗ୍ରେସ କର୍ମୀ ସାମିଲ ହୋଇଛନ୍ତି।

ଅଦ୍ୟତନ ହୋଇଛି
congress

congress

Advertisment

୧୨ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କରିବା ପରେ ଜୋରଦାର ପ୍ରତିବାଦ କରିଛି କଂଗ୍ରେସ। ଗତକାଲି ବିଧାନସଭା ଭିତରେ ଓ ବାହାରେ ତମ୍ବିତଫାନ ପରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ବିଧାୟକ। ମାଷ୍ଟରକ୍ୟାଣ୍ଟିନ ଛକରେ ରାତିସାରା ଧାରଣାରେ ବସିଛନ୍ତି କଂଗ୍ରେସ ବିଧାୟକ। ସେମାନଙ୍କ ସହ କଂଗ୍ରେସ କର୍ମୀ ସାମିଲ ହୋଇଛନ୍ତି।

Advertisment

ଗତକାଲି ବିଳମ୍ବିତ ରାତି ଯାଏ କଂଗ୍ରେସ ବିଧାୟକମାନେ ଗୃହ ଭିତରେ ରହିଥିଲେ। ସେମାନଙ୍କୁ ବିଧାନସଭା ସୁରକ୍ଷାକର୍ମୀ ବସ୍ ଯୋଗେ କଂଗ୍ରେସ ଭବନରେ ଛାଡିଥିଲେ। ଏହାପରେ କଂଗ୍ରେସ ବିଧାୟକମାନେ ମାଷ୍ଟରକ୍ୟାଣ୍ଟିନ ଛକରେ ଧାରଣାରେ ବସିଛନ୍ତି। ରାତି ସାରା ରାଜରାସ୍ତାରେ ରାତି କଟାଇଛନ୍ତି।

ଅଧିକ ପଢ଼ନ୍ତୁ: ବାଚସ୍ପତିଙ୍କ ବଡ଼ ଆକ୍ସନ, କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ୭ ଦିନ ପାଇଁ ସସପେଣ୍ଡ୍

Advertisment

 କଂଗ୍ରେସ ବିଧାୟକ ତାରା ବାହିନୀ ପତି କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରିଛନ୍ତି, ମୋତେ ନ୍ୟାୟ ଦରକାର।' ମହିଳାଙ୍କ ସୁରକ୍ଷା ପାଇଁ ସର୍ବଦଳୀୟ କମିଟି ଆମର ଦାବି ଥିଲା। ପିସିସି ସଭାପତି ଭକ୍ତ ଚରଣ ଦାସ, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର ଓ ଜୟଦେବ  ଜେନା ଆମକୁ ଦେଖିବାକୁ ଆସିଥିଲେ। ଆମକୁ ଦେଖିବାକୁ ଆସିଥିବା ଏହି ପୂର୍ବତନ ମନ୍ତ୍ରୀମାନଙ୍କୁ ବିଧାନସଭା ଭିତରକୁ ଛଡ଼ାଗଲାନି। ଆମକୁ ପୋଲିସ ଲଗାଇ ମାଡ଼ ମାରିଲେ, ଗାଳିଗୁଲଜ କଲେ। ମରିଯିବୁ ପଛେ ଡରିବୁନି, ମୋତେ ନ୍ୟାୟ ଦରକାର ବୋଲି କହିଛନ୍ତି ତାରା।

ସେହିପରି କଂଗ୍ରେସର ଆଭିମୁଖ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ଦଳ କହିଛି, କଂଗ୍ରେସ ରାଜ୍ୟବାସୀଙ୍କ ସମସ୍ୟାକୁ ଆଲୋଚନା ନକରି କେବଳ ଲୋକଙ୍କୁ ଭ୍ରମିତ କରିବାକୁ ଚାହୁଁଛି । କଂଗ୍ରେସ ବିଧାୟକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଯଥାର୍ଥ।

Advertisment

ଉଲ୍ଲେଖଯୋଗ୍ୟ, ୧୨ ବିଧାୟକଙ୍କୁ ସସପେଣ୍ଡ ପ୍ରତିବାଦରେ ଗତକାଲି ରାତିରେ ବିଧାନସଭା ବାହାରେ ସୁରକ୍ଷାକର୍ମୀ-କଂଗ୍ରେସ ନେତା ମୁହାଁମୁହିଁ ହୋଇଥିଲେ। ନିଲମ୍ବିତ ବିଧାୟକଙ୍କୁ ଦେଖା କରିବା ପାଇଁ ବିଧାନସଭା ଆଗରେ ପହଞ୍ଚିଥିଲେ ପିସିସି ସଭାପତି ଭକ୍ତ ଚରଣ ଦାସ, ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନାଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତା। ଏତିକିବେଳେ ପିସିସି ସଭାପତିଙ୍କ ସହ ୫ ନେତାଙ୍କୁ ଅଟକାଇଥିଲେ ସୁରକ୍ଷାକର୍ମୀ। ଯାହାକୁ ନେଇ ପୋଲିସ ସହ କଂଗ୍ରେସ ନେତା ଓ କର୍ମୀଙ୍କର ଠେଲାପେଲା ଓ ଧସ୍ତାଧସ୍ତି ହୋଇଥିଲା। 

ଅଧିକ ପଢ଼ନ୍ତୁ: ବିଧାନସଭା ଆଗରେ କଂଗ୍ରେସର ହାଇଡ୍ରାମା, ବରିଷ୍ଠ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ଯୁକ୍ତିତର୍କ

Congress Congress MLAs BBSR
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ