Advertisment

Maharashtra CM: ସିଏମ ସସପେନ୍ସରେ ପୂର୍ଣ୍ଣଚ୍ଛେଦ; ଫଡନାଭିସ୍ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। କୋର୍‌ କମିଟି ବୈଠକରେ ଫଡନାବିସ୍ ଙ୍କ ନାଁରେ ମୋହର ବାଜିଥିବା ଜଣାପଡିଛି।

Devendra Fadnavis

Devendra Fadnavis

Advertisment

ସବୁ କଳ୍ପନାଜଳ୍ପନାର ଅନ୍ତ। ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାଭିସ । କୋର୍‌ କମିଟି ବୈଠକରେ ଫଡ଼ନାଭିସ୍ ଙ୍କ ନାଁରେ ମୋହର ବାଜିଥିବା ଜଣାପଡିଛି। ଏଣେ ନୂଆ ସରକାର ଶପଥ ନେବାକୁ ସଜବାଜ ହେଲାଣି ।ତେବେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାବିସ୍ । ଶପଥ ଗ୍ରହଣ ସମାରୋହ ପାଇଁ ଜୋରଦାର ପ୍ରସ୍ତୁତି ହେଉଛି ।

Advertisment

ମହାୟୁତିର ମହା ବିଜୟ ପରେ ଏବେ 'ମହା' ମୁଖ୍ୟମନ୍ତ୍ରୀ ହେବେ ବର୍ତ୍ତମାନର ଉପମୁଖ୍ୟମନ୍ତ୍ରୀ ତଥା ମହାରାଷ୍ଟ୍ରରେ ବିଜେପିର ସେନାପତି ଦେବେନ୍ଦ୍ର ଫଡ଼ନାଭିସ୍ । କର୍ପୋରେଟରରୁ ନାଗପୁରର ସର୍ବକନିଷ୍ଠ ମେୟର ଏବଂ ୨୦୧୪ରେ ମହାରାଷ୍ଟ୍ରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ। କୁହାଯାଏ, ୨୦୨୨ ସତ୍ତାପଲଟ୍ ପଛରେ ବି ଥିଲା ଦେବେନ୍ଦ୍ର ଫଡ଼ନାଭିସଙ୍କ ପ୍ରମୁଖ ଭୂମିକା । ଏସବୁ ସତ୍ତ୍ବେ ସେତେବେଳେ ଡେପୁଟି ସିଏମ୍ ପଦ ପାଇଁ ରାଜି ହୋଇ, ଦଳକୁ କ୍ଷମତାକୁ ଆଣିବାକୁ ସେ ବଡ଼ ବଳିଦାନ ଦେଇଥିବା ଚର୍ଚ୍ଚା ହୁଏ ।

ଗତ ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ସିନ୍ଦେ ଇସ୍ତଫା ଦେଇଥିଲେ । ଏକନାଥ ସିନ୍ଦେ ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ନିକଟରେ ଇସ୍ତଫା ଦାଖଲ କରିଥିଲେ । ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ଏକନାଥ । ଇସ୍ତଫା ଦେବା ସମୟରେ ସିନ୍ଦେଙ୍କ ସହ ଡେପୁଟି ସିଏମ୍ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ । ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଥିଲେ ।

Advertisment

ମହାରାଷ୍ଟ୍ରରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟର ମହାବିଜୟ ହୋଇଥିଲା । ମୋଟ ୨୮୮ ଆସନରୁ ମହାୟୁତି ମେଣ୍ଟକୁ ୨୩୦ ସିଟ୍ ମିଳିଥିବା ବେଳେ ବିଜେପି ଏକାକୀ ଜିତିଛି ୧୩୨ ସିଟ୍ । ମହାରାଷ୍ଟ୍ରରେ ଲଗାତାର ତୃତୀୟ ଥର ପାଇଁ ସର୍ବବୃହତ ଦଳ ଭାବେ ଉଭା ହୋଇଛି ବିଜେପି । ସେପଟେ ମାତ୍ର ୫୧ ଆସନ ସହ ମହାବିପର୍ଯ୍ୟୟର ସାମ୍ନା କରିଛି ମହାବିକାଶ ଅଘାଡ଼ି ।

ଭୋଟ୍ ସେୟାରରେ ଷଷ୍ଠ ସ୍ଥାନକୁ ଖସିଯାଇଛି ଉଦ୍ଧବ ସେନା । ଗୋଆ, ଗୁଜରାଟ, ହରିୟାଣା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ପରେ ଷଷ୍ଠ ରାଜ୍ୟଭାବେ ତୃତୀୟ ଥର କ୍ଷମତାକୁ ଆସିଛି ବିଜେପି । ମହାରାଷ୍ଟ୍ରରେ ନିଜର ୨୦୧୪ ଓ ୨୦୧୯ ରେକର୍ଡକୁ ଭାଙ୍ଗିଛି ପଦ୍ମ । ମହାୟୁତି ୨ଶହରୁ ଅଧିକ ସିଟ୍ ଜିତିଥିବାରୁ, ୧୯୭୨ ମସିହା ପରେ ମହାରାଷ୍ଟ୍ରରେ ପ୍ରାକ୍-ନିର୍ବାଚନୀ ମେଣ୍ଟ ପାଇଁ ଏହା ସର୍ବବୃହତ୍ ବିଜୟ ।

Advertisment
BJP Chief Minister Maharashtra Politics Devendra Fadnavis Oath Taking Ceremony
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ